ଅବସରପ୍ରାପ୍ତ କନିଷ୍ଠ ଯନ୍ତ୍ରୀଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍‌ର ପୂର୍ବତନ କନିଷ୍ଠ ଯନ୍ତ୍ରୀ (ଅବସରପ୍ରାପ୍ତ) ଚିତ୍ତରଞ୍ଜନ ପରିଡ଼ା। ଭୁବନେଶ୍ୱର ଭିଜିଲାନ୍ସର ଅତିରିକ୍ତ ସ୍ୱତନ୍ତ୍ର ବିଚାରପତି ତାଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏହା ସହିତ ତାଙ୍କ ଉପରେ ଜୋରିମାନା ପକାଇଛନ୍ତି କୋର୍ଟ। ଏକ ରାସ୍ତା କାମର ଫାଇନାଲ ବିଲ୍ କରିଦେବାକୁ ଶ୍ରୀ ପରିଡ଼ା ଜଣେ ଠିକାଦାରଙ୍କଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କ ବିରୋଧରେ କୋର୍ଟରେ ଚାର୍ଜଶିଟ୍ ଦାଖଲ କରାଯାଇଥିଲା। କୋର୍ଟରେ ମାମଲାର ଶୁଣାଣି ଚାଲିଥିବା ବେଳେ ଆଜି ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡାଦେଶ ଦିଆଯାଇଛି। ଶ୍ରୀ ପରିଡ଼ା ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡ ପାଇଥିବା ବେଳେ ତାଙ୍କ ପେନସନ ବନ୍ଦ କରିବାକୁ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ସୁପାରିଶ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ତିନି ଦିନ ତଳେ ଲାଞ୍ଚ ମାମଲାରେ ବରଗଡ଼ ଜିଲ୍ଲା ବିଜେପୁରର ପୂର୍ବତନ ଅତିରିକ୍ତ ତହସିଲଦାର (ବର୍ତ୍ତମାନ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ପୌରପାଳିକାର ନିର୍ବାହୀ ଅଧିକାରୀ) ତଥା ଓଏଏସ୍ ଅଫିସର ଗୋବିନ୍ଦ ଦଣ୍ଡସେନା ଦୋଷୀ ସାବ୍ୟସ୍ତ ହୋଇଥିଲେ। ବରଗଡ଼ର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହିତ ଜୋରିମାନା ପକାଇଥିଲେ।

  • Related Posts

    ମୋହନଙ୍କ ବଡ଼ ନିଷ୍ପତ୍ତି : ବର୍ଷା ଜଳ ନିଷ୍କାସନ ପାଇଁ ୫ ଶହ କୋଟି

    ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ…

    Continue reading
    ମୋହନଙ୍କ ବଡ଼ ନିଷ୍ପତ୍ତି : ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ

    ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ । ୪.୨୦ ଲକ୍ଷ ଯୁବକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ