ଅଭିଯୁକ୍ତ ଚମ୍ପଟ:ଏଏସଆଇଙ୍କ ସମେତ ୨ କନେଷ୍ଟବଳ ନିଲମ୍ବିତ

ବାଲେଶ୍ବର :ନାବାଳିକା ଅପହରଣ ମାମଲାରେ ପୁଲିସ ହେପାଜତରେ ଟ୍ରେନରୁ ଅଭିଯୁକ୍ତ ଯୁବକ ଚମ୍ପଟ ମାରିବା ପରେ ବାଲେଶ୍ଵର ଏସପିଙ୍କ କଡ଼ା କାର୍ୟ୍ୟାନୁଷ୍ଠାନ । କାର୍ୟ୍ୟରେ ଅବହେଳା କାରଣରୁ ଜଣେ ଏଏସଆଇଙ୍କ ସମେତ ୨ କନେଷ୍ଟବଳଙ୍କୁ ନିଲମ୍ବିତ କରାଯାଇଛି । ବାଲେଶ୍ବର ଗୋପାଳପୁର ଥାନା ଅଞ୍ଚଳର ଜଣେ ନାବାଳିକାକୁ ଆରୁହାବାଡ଼ ଅଞ୍ଚଳର ସଞ୍ଜୟ ରଖ ନାମକ ଯୁବକ ଅପହରଣ କରିନେଇଥିବା ଝିଅର ପରିବାର ପକ୍ଷରୁ ଅଭିଯୋଗ କରାଯାଇଥିଲା । ବାଲେଶ୍ଵର ଏସପିଙ୍କ ନିର୍ଦ୍ଦେଶରେ ଏଏସଆଇ ଦୀପକ କୁମାର ଭୋଇଙ୍କ ନେତୃତ୍ବରେ ୩ଜଣିଆ ଟିମ୍ ଗଠନ କରାଯାଇ ପୁଲିସ ଟିମକୁ ଆନ୍ଧ୍ରପ୍ରଦେଶକୁ ପଠାଯାଇଥିଲା । ଏହି ଟିମ୍ ଫୋନ ଟ୍ରାକ କରି ନାବାଳିକାକୁ ଉଦ୍ଧାର କରିବା ସହ ଅଭିଯୁକ୍ତକୁ ଧରିଥିଲେ । ଟ୍ରେନ ଯୋଗେ ଅଭିଯୁକ୍ତକୁ ଓଡ଼ିଶା ଅଣାଯାଉଥିବା ବେଳେ ବିଳମ୍ବିତ ରାତିରେ ଅଭିଯୁକ୍ତ ଜଣକ ଟ୍ରେନରୁ ଚମ୍ପଟ ମାରିଥିଲା । ଏଥିରେ ପୁଲିସର ହାତ ଥିବା ଅଭିଯୋଗ ହେବା ପରେ ବାଲେଶ୍ବର ଏସପି କଡା କାର୍ୟ୍ୟାନୁଷ୍ଠାନ ନେଇଛନ୍ତି । ଏଏସଆଇଙ୍କ ସମେତ ୨ କନେଷ୍ଟବଳଙ୍କୁ ନିଲମ୍ବନ କରାଯାଇଛି ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ