ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

ମୋହାଲି: ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ ୨ଜଣକ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଏହା ସହ ଅନେକ ଆହତ ହୋଇଥିବା ଅଧିକାରୀମାନେ କହିଛନ୍ତି। ଏପର୍ୟ୍ୟନ୍ତ ଆହତଙ୍କ ସଂଖ୍ୟା ସାମ୍ନାକୁ ଆସିନାହିଁ।ସୂଚନା ମୁତାବକ, ସହରର ଫେଜ୍ ୯ରେ ଅବସ୍ଥିତ କାରଖାନାରେ ଏହି ବିସ୍ଫୋରଣ ଘଟିଛି। ସୂଚନା ପାଇବା ମାତ୍ରେ ଡାକ୍ତରୀ ଦଳ, ପୁଲିସ ଏବଂ ଜିଲ୍ଲା ପ୍ରଶାସନର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଛନ୍ତି।ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।”ଏହି ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ, ତିନି ଜଣ ଆହତଙ୍କୁ ଚିକିତ୍ସା ପାଇଁ ଫେଜ୍ ୬ର ସିଭିଲ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି” ବୋଲି ଅଧିକାରୀମାନେ କହିଛନ୍ତି। ଆହତ ଓ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କ‌ା କରୁଛନ୍ତି ଅଧିକାରୀ।ତେବେ ବିସ୍ଫୋରଣ କେମିତି ହେଲା ଏବଂ ବିସ୍ଫୋରଣ ସମୟରେ ଭିତରେ କେତେ ଜଣ ଥିଲେ ତାହା ସାମ୍ନାକୁ ଆସିନାହିଁ।

  • Related Posts

    ରିସେପ୍ସନ ଭୋଜି ଦେଲେ ପିନାକୀ-ମହୁଆ

    ନୂଆଦିଲ୍ଲୀ: ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମଇତ୍ର ଗତକାଲି ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି । ଏହି ଭୋଜିରେ ଦଳମତ ନିର୍ବିଶେଷରେ ଅନେକ ନେତା/ନେତ୍ରୀ ଯୋଗ…

    ମାନହାନି ମାମଲାରେ ରାହୁଲଙ୍କୁ ବେଲ୍

    ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ବୁଧବାର ଝାଡଖଣ୍ଡର ଚାଇବାସା ସ୍ଥିତ ଏମପି-ଏମଏଲଏ ସ୍ୱତନ୍ତ୍ର କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଏହି ମାମଲା ୨୦୧୮ ମସିହାରେ କେନ୍ଦ୍ର ଗୃହମନ୍ତ୍ରୀ…

    Leave a Reply

    Your email address will not be published. Required fields are marked *

    You Missed

    ରିସେପ୍ସନ ଭୋଜି ଦେଲେ ପିନାକୀ-ମହୁଆ

    ରିସେପ୍ସନ ଭୋଜି ଦେଲେ ପିନାକୀ-ମହୁଆ

    ମାନହାନି ମାମଲାରେ ରାହୁଲଙ୍କୁ ବେଲ୍

    ମାନହାନି ମାମଲାରେ ରାହୁଲଙ୍କୁ ବେଲ୍

    ପରିବର୍ତ୍ତନ ହେବ ୧୬୩୫ଟି ନୂଆ ରାଜସ୍ଵ ଗାଁର ସୀମା

    ପରିବର୍ତ୍ତନ ହେବ ୧୬୩୫ଟି ନୂଆ ରାଜସ୍ଵ ଗାଁର ସୀମା

    ଖୁବ୍‌ଶୀଘ୍ର ଲାଗିବ ମହାପ୍ରସାଦ ରେଟ୍‌ ଚାଟ୍‌

    ଖୁବ୍‌ଶୀଘ୍ର ଲାଗିବ ମହାପ୍ରସାଦ ରେଟ୍‌ ଚାଟ୍‌

    ଥାନାରେ ଯୁବକଙ୍କୁ ମାଡ଼, ନିର୍ୟାତନା ସହି ନପାରି ଆତ୍ମହତ୍ୟା ଉଦ୍ୟମ!

    ଥାନାରେ ଯୁବକଙ୍କୁ ମାଡ଼,  ନିର୍ୟାତନା ସହି ନପାରି ଆତ୍ମହତ୍ୟା ଉଦ୍ୟମ!

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ