ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

ମୋହାଲି: ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ ୨ଜଣକ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଏହା ସହ ଅନେକ ଆହତ ହୋଇଥିବା ଅଧିକାରୀମାନେ କହିଛନ୍ତି। ଏପର୍ୟ୍ୟନ୍ତ ଆହତଙ୍କ ସଂଖ୍ୟା ସାମ୍ନାକୁ ଆସିନାହିଁ।ସୂଚନା ମୁତାବକ, ସହରର ଫେଜ୍ ୯ରେ ଅବସ୍ଥିତ କାରଖାନାରେ ଏହି ବିସ୍ଫୋରଣ ଘଟିଛି। ସୂଚନା ପାଇବା ମାତ୍ରେ ଡାକ୍ତରୀ ଦଳ, ପୁଲିସ ଏବଂ ଜିଲ୍ଲା ପ୍ରଶାସନର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଛନ୍ତି।ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।”ଏହି ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ, ତିନି ଜଣ ଆହତଙ୍କୁ ଚିକିତ୍ସା ପାଇଁ ଫେଜ୍ ୬ର ସିଭିଲ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି” ବୋଲି ଅଧିକାରୀମାନେ କହିଛନ୍ତି। ଆହତ ଓ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କ‌ା କରୁଛନ୍ତି ଅଧିକାରୀ।ତେବେ ବିସ୍ଫୋରଣ କେମିତି ହେଲା ଏବଂ ବିସ୍ଫୋରଣ ସମୟରେ ଭିତରେ କେତେ ଜଣ ଥିଲେ ତାହା ସାମ୍ନାକୁ ଆସିନାହିଁ।

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ