ଅର୍ଚ୍ଚନା ନାଗଙ୍କ ଘର ଆଟାଚ୍‌ କଲା ଇଡି

ଭୁବନେଶ୍ବର: ଅର୍ଥ କାରବାରକୁ ନେଇ ଦୁଇ ବର୍ଷ ପୂର୍ବରୁ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପହଞ୍ଚିଛି। ‘ଇଡିଦର ସ୍ବତନ୍ତ୍ର ଟିମ୍‌ ଅର୍ଚ୍ଚନାଙ୍କ ଘରେ ଥିବା ଜିନିଷପତ୍ରର ଯାଞ୍ଚ କରୁଛି। ଅର୍ଚ୍ଚନାଙ୍କୁ ପୂର୍ବରୁ ଇଡି ତରଫରୁ ନୋଟିସ୍‌ ଜାରି ହୋଇଥିଲା। ଇଡି ଏହି ଚଢ଼ଉ ବେଳେ ଅର୍ଚ୍ଚନା ନାଗଙ୍କ ଘରକୁ ଆଟାଚ୍‌ କରିଛି। ଅର୍ଚ୍ଚନାଙ୍କ ସତ୍ୟବିହାରସ୍ଥିତ ଜିଣ୍ଟ୨ କୋଠାକୁ ଆଟାଚ୍‌ କରିଛି। ମନି ଲଣ୍ଡରିଂ ଆଇନ ୨୦୦୨ ଆଧାରରେ ଏହି ପଦକ୍ଷେପ ନେଇଛି।
ସୂଚନାଯୋଗ୍ୟ, ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ। ଆଇପିସିର ବିଭିନ୍ନ ଦଫା ସହିତ ଆଇଟି ଆକ୍ଟରେ ପୁଲିସ ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ଏଥି ସହିତ ଖଣ୍ଡଗିରି ଥାନାରେ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ଏତଲା ଆଧାରରେ ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ୨୦୨୨, ଅକ୍ଟୋବର ୬ରେ ଅର୍ଚ୍ଚନା ଗିରଫ ହୋଇ ଜେଲ ଯାଇଥିଲେ। ଅର୍ଚ୍ଚନାଙ୍କ ବେଆଇନ କାର୍ଯ୍ୟକଳାପ ଓ କଳାଟଙ୍କା ପ୍ରସଂଗ ସମ୍ମୁଖକୁ ଆସିବା ପରେ ଇଡି ଘଟଣାର ତଦନ୍ତ କରିଥିଲା। ୨୦୨୨, ଡିସେମ୍ବର ୧୩ରେ ଇଡି ଅର୍ଚ୍ଚନାଙ୍କୁ ଗିରଫ କରିଥିଲା। ଗିରଫ ହେବାର ୧୪ ମାସ ପରେ ୨୦୨୩ ଡିସେମ୍ବର ୧୨ ତାରିଖରେ ଅର୍ଚ୍ଚନା ନାଗ ଝାରପଡ଼ା ଜେଲରୁ ବାହାରି ଥିଲେ। ତାଙ୍କୁ ନେବା ଲାଗି ସ୍ବାମୀ ଜଗବନ୍ଧୁ ଚାନ୍ଦ ଝାରପଡ଼ା ଜେଲ୍‌ରେ ପହଞ୍ଚି ଥିଲେ। ଅର୍ଚ୍ଚନାଙ୍କ ତରଫରୁ ଆଇନଜୀବ ଜୟଦୀପ ପାଲ ମାମଲା ପରିଚାଳନା କରୁଥିଲେ।ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାମଲାରେ ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଥିଲେ। ପୂର୍ବରୁ ନୟାପଲ୍ଲୀ ଓ ଖଣ୍ଡଗିରି ଥାନାର ଦୁଇ ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳି ସାରିଥିବା ବେଳେ ଇଡି ମାମଲାରେ ଜାମିନ ମଞ୍ଜୁର ପରେ ଜେଲରୁ ବାହାରିବା ପାଇଁ ତାଙ୍କ ପଥ ପରିଷ୍କାର ହୋଇଥିଲା।
ଭୁବନେଶ୍ବର: ଅର୍ଥ କାରବାରକୁ ନେଇ ଦୁଇ ବର୍ଷ ପୂର୍ବରୁ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପହଞ୍ଚିଛି। ‘ଇଡିଦର ସ୍ବତନ୍ତ୍ର ଟିମ୍‌ ଅର୍ଚ୍ଚନାଙ୍କ ଘରେ ଥିବା ଜିନିଷପତ୍ରର ଯାଞ୍ଚ କରୁଛି। ଅର୍ଚ୍ଚନାଙ୍କୁ ପୂର୍ବରୁ ଇଡି ତରଫରୁ ନୋଟିସ୍‌ ଜାରି ହୋଇଥିଲା।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ