‘ଅର୍ଣ୍ଣବ’ର ତାଣ୍ଡବ: କ୍ଷୟକ୍ଷତି ଆକଳନ ପାଇଁ ଇନ୍ଦ୍ରଗଡ଼ରେ ପ୍ରଶାସନ ସହ ରାଇକିଆ ଭାଜପା ଟିମ

ଧୋଇଗଲା ଇନ୍ଦ୍ରଗଡ଼-ବାଇବାଲି ସଂଯୋଗକାରୀ ଶଙ୍ଖ, ପଞ୍ଚାୟତ କାର୍ଯ୍ୟାଳୟ ସମେତ ବହୁ ଘର କ୍ଷତିଗ୍ରସ୍ତ

ରାଇକିଆ: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ୍‌ରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଲଗାଣ ବର୍ଷା ଓ ପ୍ରବଳ ଜଳପ୍ରବାହ ଯୋଗୁଁ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ ରାସ୍ତାଘାଟ, ଘରଦ୍ୱାର ଓ ସରକାରୀ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଛି। ବିଶେଷକରି ଇନ୍ଦ୍ରଗଡ଼ ପଞ୍ଚାୟତରେ ବାତ୍ୟାର ପ୍ରଭାବ ଅଧିକ ଅନୁଭୂତ ହୋଇଥିବାବେଳେ ଅନେକ ସ୍ଥାନରେ ଯୋଗାଯୋଗ ବ୍ୟବସ୍ଥା ବିଚ୍ଛିନ୍ନ ହୋଇପଡ଼ିଛି।ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତିର ବାସ୍ତବ ସ୍ଥିତି ଆକଳନ କରିବା ପାଇଁ ଇନ୍ଦ୍ରଗଡ଼ ପଞ୍ଚାୟତରେ ପ୍ରଶାସନିକ ଅଧିକାରୀଙ୍କ ସହ ରାଇକିଆ ଭାଜପା ଟିମ୍‌ କ୍ଷେତ୍ର ପରିଦର୍ଶନ କରିଥିଲେ। ଏହି ସମୟରେ ସିଡିଓ ଶମ୍ଭୁନାଥ ନନ୍ଦୀ, ରାଇକିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ରୀନା ପ୍ରଧାନ, ତହସିଲଦାର ବରିୟାଲ ମୁର୍ମୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ. ସବ୍ୟସାଚୀ ସାହୁ ଏବଂ ରାଇକିଆ ଥାନା ଭାରପ୍ରାପ୍ତ ଅଧିକାରୀ ଏ. ସ୍ୱର୍ଣ୍ଣଲତା ପାତ୍ରଙ୍କ ସମେତ ବ୍ଲକ୍‌ ପ୍ରଶାସନର ସମ୍ପୃକ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଗସ୍ତ ରେ ରାଇକିଆ ବ୍ଲକ୍‌ ସାଂସଦ ପ୍ରତିନିଧି ସନ୍ତୋଷ କୁମାର ଲେଙ୍କା, ନାରାୟଣ ପାତ୍ର, ରାଇକିଆ ମଣ୍ଡଳ ସଭାପତି ସନ୍ତୋଷ କୁମାର ପାତ୍ର ଓ ସୁଧାଂଶୁ ପାଣିଗ୍ରାହୀ ସାମିଲ ହୋଇଥିଲେ। ସମସ୍ତେ ମିଶି କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ସହ କ୍ଷୟକ୍ଷତିର ପ୍ରାଥମିକ ଆକଳନ କରିଥିଲେ।ପରିଦର୍ଶନ ସମୟରେ ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ ସମେତ ଅଞ୍ଚଳର ବହୁ ଘର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଥିଲା। ଏଥିସହ ଇନ୍ଦ୍ରଗଡ଼ରୁ ବାଇବାଲିକୁ ସଂଯୋଗ କରୁଥିବା ଶଙ୍ଖଟି ପ୍ରବଳ ଜଳପ୍ରବାହରେ ସମ୍ପୂର୍ଣ୍ଣ ଧୋଇ ହୋଇଯାଇଛି। ଫଳରେ ଏହି ରାସ୍ତାରେ ଯାତାୟାତ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ଶଙ୍ଖ ଧୋଇଯିବା ଯୋଗୁଁ ଅଞ୍ଚଳବାସୀଙ୍କ ଦୈନନ୍ଦିନ ଯାତାୟାତ ସହ ଅତ୍ୟାବଶ୍ୟକ ସେବା ପହଞ୍ଚିବା ନେଇ ମଧ୍ୟ ସମସ୍ୟା ସୃଷ୍ଟି ହୋଇଛି।ଏହି ପରିପ୍ରେକ୍ଷୀରେ କ୍ଷତିଗ୍ରସ୍ତ ଘର ଓ ସରକାରୀ ଭିତ୍ତିଭୂମିର ସଠିକ୍‌ ଆକଳନ କରିବା ସହ ଧୋଇଯାଇଥିବା ଶଙ୍ଖର ପୁନଃନିର୍ମାଣ ଓ ଯୋଗାଯୋଗ ବ୍ୟବସ୍ଥାର ଶୀଘ୍ର ପୁନରୁଦ୍ଧାର ଉପରେ ଗୁରୁତ୍ୱ ଦିଆଯାଇଥିଲା। ବାତ୍ୟାରେ ଘରଦ୍ୱାର କ୍ଷତିଗ୍ରସ୍ତ ହୋଇଥିବା ପ୍ରଭାବିତ ପରିବାରଙ୍କୁ ପ୍ରଶାସନ ପକ୍ଷରୁ ଇନ୍ଦ୍ରଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଶ୍ରୟ ଦିଆଯାଇଛି। ସେଠାରେ ସେମାନଙ୍କ ରହିବାର ବ୍ୟବସ୍ଥା କରାଯାଇଥିବାବେଳେ ପ୍ରଭାବିତ ଲୋକଙ୍କ ସୁରକ୍ଷା ଓ ଆବଶ୍ୟକ ସହାୟତା ଯୋଗାଣ ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ରେଡ୍‌କ୍ରସ୍‌ ପାଣ୍ଠି ଆତ୍ମସାତ୍‌ ଅଭିଯୋଗ, ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ ଗିରଫ

    ବ୍ରହ୍ମପୁର: ସରକାରୀରେଡ୍‌କ୍ରସ୍‌ ପାଣ୍ଠିର ୮ ଲକ୍ଷ ୬୩ ହଜାର ୨୦୦ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସଗଞ୍ଜାମଜିଲ୍ଲା ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ (ଏସ୍‌ଆର୍‌ଏ) ସଦାଶିବ ପ୍ରଧାନଙ୍କୁ ଗିରଫ କରିଛି। ସେ ବର୍ତ୍ତମାନ ସୁରଡ଼ା ତହସିଲ କାର୍ଯ୍ୟାଳୟରେ…

    Continue reading
    ଜେଲ୍ ଡିଜି ପଦରୁ ହଟିଲେ ସୁଶାନ୍ତ ନାଥ

    ଆଇପିଏସ ସ୍ତରରେ ହୋଇଛି ଅଦଳ ବଦଳ। ଜେଲ୍‌ ଡିଜି ପଦରୁ ୧୯୯୩ ବ୍ୟାଚ୍‌ର ଆଇପିଏସ୍ ଅଫିସର ସୁଶାନ୍ତ କୁମାର ନାଥଙ୍କୁ ହଟାଇ ଦିଆଯାଇଛି। ତାଙ୍କୁ ଓଏସ୍‌ଡି ଭାବେ ଗୃହ ବିଭାଗକୁ ବଦଳି କରାଯାଇଛି। ରବିବାର ଏନେଇ ଗୃହ ବିଭାଗରୁ ବିଜ୍ଞପ୍ତି ପ୍ରକାଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି