ଅର୍ଥନୈତିକ ସର୍ଭେ ରିପୋର୍ଟ : ରାଜ୍ୟର ଅଭିବୃଦ୍ଧି ୭.୨ ପ୍ରତିଶତ ରହିବା ଆକଳନ

ଭୁବନେଶ୍ବର : ୨୦୨୪-୨୫ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ବିଧାନସଭାରେ ଆଗତ ହୋଇଛି। ଓଡ଼ିଶାର ଅଭିବୃଦ୍ଧି ୭.୨ ପ୍ରତିଶତ ରହିବା ଆକଳନ କରାଯାଇଛି। ସେହି ସମୟ ମଧ୍ୟରେ ସର୍ବଭାରତୀୟ ସ୍ତରରେ ଅଭିବୃଦ୍ଧି ହାର ୬.୪% ରହିବା ନେଇ ଆକଳନ କରାଯାଇଛି। ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶା ଅର୍ଥନୀତିର ଆକାର ୧୦ ପ୍ରତିଶତ ବଢି ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି । ସେହିପରି ବାର୍ଷିକ ମୁଣ୍ଡ ପିଛା ଆୟ ୧୦.୬% ବଢ଼ି ୧.୮୩ ଲକ୍ଷରେ ପହଞ୍ଚିଛି । ଅନ୍ୟ ରାଜ୍ୟ ତୁଳନାରେ ମୁଣ୍ଡ ପିଛା ଆୟ ହିସାବରେ ଏକାଦଶ ସ୍ଥାନରେ ଓଡ଼ିଶା ରହିଛି।

କୃଷି ଓ ଆନୁସଙ୍ଗିକ କ୍ଷେତ୍ରରେ ଯୋଗଦାନ ପ୍ରାୟ ୧୯ ପ୍ରତିଶତ ରହିବ। କୃଷି ଓ ଆନୁସଙ୍ଗିକ ଅଭିବୃଦ୍ଧି ହାର ୩.୩ ପ୍ରତିଶତ ରହିବ ଯାହାକି ସର୍ବଭାରତୀୟ ସହ ପ୍ରାୟ ସମାନ । ସେହିପରି ଶିଳ୍ପକ୍ଷେତ୍ରରେ ଯୋଗଦାନ ୪୪% ରହିବ। ଅଭିବୃଦ୍ଧି ହାର ୬.୧% ରହିଛି। ସେବା କ୍ଷେତ୍ରରେ ଯୋଗଦାନ ୩୭% ହେବ। ଅଭିବୃଦ୍ଧି ୧୦% ଆକଳନ କରାଯାଇଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ