ଅସ୍ତ୍ର ଛାଡ଼ିଲେ ମାଓବାଦୀଙ୍କ କେନ୍ଦ୍ରୀୟ କମିଟି ସଦସ୍ୟ ସୁଜାତା

ମାଲକାନଗିରି : ମାଓ ସଙ୍ଗଠନକୁ ଝଟ୍‌କା। ସଙ୍ଗଠନରୁ ମୁହଁ ଫେରାଉଛନ୍ତି ଜଣଙ୍କ ପରେ ଜଣେ ନକ୍ସଲ। ଦୁର୍ବଳ ହେଉଛି ଲାଲ ବାହିନୀ। ମୁଣ୍ଡ ନୁଆଁଇଲେ ୧ କୋଟି ଟଙ୍କାର ମୁଣ୍ଡ। ଅସ୍ତ୍ର ଛାଡ଼ିଲେ ମାଓବାଦୀଙ୍କ କେନ୍ଦ୍ରୀୟ କମିଟି ସଦସ୍ୟ ସୁଜାତା। ମାଓ ନେତ୍ରୀ ସୁଜାତା ନକ୍ସଲ ସଙ୍ଗଠନର ଦକ୍ଷିଣ ଉପ ଜୋନାଲ କମିଟିର ବ୍ୟୁରୋ ଇନଚାର୍ଜ ରହିଥିଲେ। ପଶ୍ଚିମବଙ୍ଗରେ ନିହତ ହୋଇଥିବା ଟପ୍ ନକ୍ସଲ କମାଣ୍ଡର କିଶାନଜୀଙ୍କ ପତ୍ନୀ ହେଉଛନ୍ତି ସୁଜାତା। ସେ ଦୀର୍ଘ ବର୍ଷ ଧରି ଛତିଶଗଡ଼ ବସ୍ତର ଅଞ୍ଚଳରେ ସକ୍ରିୟ ଥିଲେ। ତାଙ୍କ ମୁଣ୍ଡ ଉପରେ ପୂର୍ବରୁ ୧ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା। ସୁଜାତା ଏବେ ଅସ୍ତ୍ର ଛାଡ଼ି ବାକି ଜୀବନ କାଟିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ତେଲେଙ୍ଗାନା ଡିଜିପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ ଏବେ ମୁଖ୍ୟସ୍ରୋତରେ ସାମିଲ କରାଯାଇ ସରକାରଙ୍କ ବିଭିନ୍ନ ଯୋଜନା ଯୋଗାଇ ଦିଆଯିବ।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ