ଭୁବନେଶ୍ୱର, ୭ ।୧୦ : ରାଜ୍ୟରେ ଆଇଏଏସ୍ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି । ନବରଙ୍ଗପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ଡେପୁଟି ସେକ୍ରେଟାରୀ ଭାବେ କାର୍ଯ୍ୟରତ ୨୦୧୯ ବ୍ୟାଚ୍ର ଆଇଏଏସ୍ ଅଫିସର ଅନ୍ୟା ଦାସଙ୍କୁ ନବରଙ୍ଗପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ସେହିପରି ୨୦୨୦ ବ୍ୟାଚ୍ର ଆଇଏଏସ୍ ଅଫିସର ମଧୁମିତାଙ୍କୁ ନୂଆପଡା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ମାତୃତ୍ୱ ଛୁଟିରୁ ଫେରିବା ପରେ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ଯୋଗ ଦେଇଥିଲେ ।
ଭୁବନେଶ୍ୱର ଆଡିସ୍ନାଲ ରିଭିଜନାଲ କୋର୍ଟରେ ଅତିରିକ୍ତ କମିଶନର ଥିବା ପ୍ରଦୀପ କୁମାର ନାୟକଙ୍କୁ ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଣ ବିଭାଗକୁ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ଅନୁ ସଚିବ ଭାବେ କାର୍ଯ୍ୟ କରୁଥିବା ୨୦୨୩ ବ୍ୟାଚ୍ର ଆଇଏଏସ୍ ଅଫିସର ଅଶନୀ ଏ ଏଲଙ୍କୁ ଭବାନୀପାଟଣାର ଉପ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଭବାନୀପାଟଣା ଉପଜିଲ୍ଲାପାଳ ଥିବା ୨୦୨୪ ବ୍ୟାଚର ଆଇଏଏସ୍ କସ୍ତୁରୀ ଶା’ଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗକୁ ଅନୁ ସଚିବ ଭାବେ ବଦଳି କରାଯାଇଛି ।
ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ
ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…








