ଆଇଏଲଟି-୨୦ ନିଲାମରେ ସାମିଲ ହେ​‌ବେ ଅଶ୍ବିନ

ନୂଆଦିଲ୍ଲୀ : ଭାରତୀୟ କିମ୍ବଦନ୍ତୀ ସ୍ପିନର ରବିଚନ୍ଦ୍ରନ ଅଶ୍ବିନ ଅନ୍ତର୍ଜାତୀୟ ଓ ଆଇପିଏଲରୁ ଅବସର ନେବା ପରେ ଏବେ ଇଣ୍ଟରନ୍ୟାସନାଲ ଲିଗ୍‌ ଟ୍ବେଣ୍ଟି-୨୦ରେ ଖେଳିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ଏଥିପାଇଁ ଅଶ୍ବିନ ଆଇଏଲ ଟ୍ବେଣ୍ଟି-୨୦ ଖେଳାଳି ନିଲାମ ଲାଗି ନାମ ପଞ୍ଜୀକରଣ କରିଛନ୍ତି। ଆଇଏଲ ଟ୍ବେଣ୍ଟି-୨୦ ଲିଗ୍‌ ଚତୁର୍ଥ ସଂସ୍କରଣ ଆସନ୍ତା ଡିସେମ୍ବର ୨ରୁ ୨୦୨୬ ଜାନୁଆରୀ ୪ ପର୍ୟ୍ୟନ୍ତ ୟୁଏଇରେ ଖେଳାଯିବ। ଏଥିପାଇଁ ଖେଳାଳି ନିଲାମ ସେପ୍ଟେମ୍ବର ୩୦ରେ ହେବ। ନିଲାମରେ ସାମିଲ ପାଇଁ ନାମ ପଞ୍ଜୀକରଣର ଶେଷ ସମୟ ସେପ୍ଟେମ୍ବର ୧୦ ରହିଛି। ଉକ୍ତ ଲିଗ୍‌ରେ ପୂର୍ବରୁ ଅମ୍ବାତି ରାୟୁଡୁ, ରବିନ ଉଥପ୍ପା ଓ ୟୁସୁଫ ପଠାନ ଖେଳୁଛନ୍ତି। ଅଶ୍ବିନ ୨୦୨୪ ଡିସେମ୍ବରରେ ଅଷ୍ଟ୍ରେଲିଆ ଗସ୍ତ ସମୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଅନୀଲ କୁମ୍ବଲେଙ୍କ ୬୧୯ ୱିକେଟ ପରେ ଅଶ୍ବିନ ଟେଷ୍ଟ କ୍ରିକେଟରେ ଭାରତ ପାଇଁ ଦ୍ବିତୀୟ ସର୍ବାଧିକ ୫୩୭ଟି ୱିକେଟ ନେଇଛନ୍ତି।
୨୦୨୫ଆଇପିଏଲରେ ଚେନ୍ନଇ ସୁପରକିଙ୍ଗ୍‌ସ ପକ୍ଷରୁ ଖେଳିଥିଲେ। ଅଶ୍ବିନ ଗତ ୨୭ରେ ଆଇପିଏଲରୁ ଅବସର ନେଇ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଥିଲେ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ