ଆଇପିଏଲ୍ : ଆଜି କଲକାତା-ହାଇଦ୍ରାବାଦ ଟକ୍କର

କଲକାତା: ଆଇପିଏଲରେ ଆଜି ୧୫ଶ ମ୍ୟାଚ୍‌ ଘରୋଇ କଲକାତା ନାଇଟ୍‌ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଇଡେନ ଗାର୍ଡେନରେ ଖେଳାଯିବ। ଦୁଇ ଦଳ ଶେଷ ମ୍ୟାଚରେ ପରାଜିତ ହୋଇଥିବାରୁ ବିଜୟ ଧାରାକୁ ଫେରିବା ନେଇ ଉଦ୍ୟମ କରିବେ। କଲକାତା ନାଇଟ୍‌ ରାଇଡର୍ସ ୩ଟି ମ୍ୟାଚରୁ ଗୋଟିଏ ବିଜୟ ଓ ଦୁଇଟି ପରାଜିତ ହୋଇଛି। ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ନିକଟରୁ ୭ ୱିକେଟରେ ପରାଜିତ ହୋଇଥିବାବେଳେ ଦ୍ବିତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍‌ସକୁ ୮ ୱିକେଟରେ ପରାସ୍ତ କରିଥିଲା। ଶେଷ ମ୍ୟାଚରେ ମୁମ୍ବଇ ଇଣ୍ଡିଆନ୍ସ ନିକଟରୁ ୮ ୱିକେଟରେ ପରାଜିତ ହୋଇଥିଲା।

ଅନ୍ୟପକ୍ଷରେ ପ୍ୟାଟ୍‌ କମିନ୍‌ସଙ୍କ ନେତୃତ୍ବାଧିନ ସନରାଇଜର୍ସ ହାଇଦରାବାଦ୍‌ ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍‌ସକୁ ୪୪ ରନରେ ପରାସ୍ତ କରି ଭଲ ଆରମ୍ଭ କରିଥିଲା। କିନ୍ତୁ ଉକ୍ତ ପ୍ରଦର୍ଶନକୁ ଦଳ ବଜାୟ ରଖିପାରିନାହିଁ। ଦଳ ଶେଷ ଦୁଇ ମ୍ୟାଚରେ ଲକ୍ଷ୍ନୌ ସୁପରଜିଆଣ୍ଟ୍‌ସ ନିକଟରୁ ୫ ୱିକେଟରେ ଓ ଦିଲ୍ଲୀ କ୍ୟାପିଟାଲ୍‌ସ ନିକଟରୁ ୭ ୱିକେଟ​‌େ​‌ର ପରାଜିତ ହୋଇଛି। ଦଳ ନିକଟରେ ଈଶାନ କିଷନ, ଅଭିଷେକ ଶର୍ମା, ଟ୍ରେଭିସ ହେଡ୍‌, ହେନରିକ କ୍ଲାସେନ, ନୀତିଶ କୁମାର ରେଡ୍ଡିଙ୍କ ଭଳି ବ୍ୟାଟ୍‌ସମ୍ୟାନ ରହିଛନ୍ତି। କିନ୍ତୁ ଦଳ ବ୍ୟାଟିଂରେ ଅସ୍ଥିର ପ୍ରଦର୍ଶନ କରୁଛି। ଦିଲ୍ଲୀ ବିପକ୍ଷ ମ୍ୟାଚରେ ଅନିକେତ ବର୍ମା ୭୪ରନର ଇନିଂସ ଖେଳିଥିଲେ। ଉକ୍ତ ପ୍ରଦର୍ଶନ ଦଳର ସମ୍ମାନ ରକ୍ଷା କରିଥିଲା। ଶକ୍ତିଶାଳୀ ବ୍ୟାଟିଂ ଲାଇନ ପାଇଁ ପରିଚିତ ସନରାଇଜର୍ସକୁ ବ୍ୟାଟିଂ କ୍ଷେତ୍ରରେ ସ୍ଥିର ପ୍ରଦର୍ଶନ କରିବାକୁ ପଡ଼ିବ। ବୋଲିଂରେ ମଧ୍ୟ ଦଳର ପ୍ରଦର୍ଶନ ସେଭଳି ଭଲ ନାହିଁ। ୩ଟି ଯାକ ମ୍ୟାଚରେ ବୋଲରମାନେ ୧୨ଟି ୱିକଟ ନେଇଛନ୍ତି। ଦଳରେ ମହମ୍ମଦ ସାମି, ପ୍ୟାଟ୍‌ କମିନ୍‌ସ, ହର୍ଷ ଲ ପଟେଲ ଓ ୱିୟାନ ମୁଲଡରଙ୍କ ଭଳି ଅଭିଜ୍ଞ ଦ୍ରୁତ ବୋଲର ରହିଛନ୍ତି। କିନ୍ତୁ ଦକ୍ଷତା ଅନୁସାରେ ପ୍ରଦର୍ଶନ କରିବାରେ ବିଫଳ ହେଉଛନ୍ତି। ଦଳକୁ ବିଜୟ ଧାରାକୁ ଫେରିବାକୁ ହେଲେ ଉଭୟ ବ୍ୟାଟିଂ ଓ ବୋଲିଂ କ୍ଷେତ୍ରରେ ତ୍ରୁଟିକୁ ସୁଧାରି ଭଲ ପ୍ରଦର୍ଶନ କରିବାକୁ ପଡ଼ିବ। ବର୍ତ୍ତମାନ ଦୁଇ ଦଳ ସମାନ ସ୍ଥିତିରେ ଥିବାରୁ ମ୍ୟାଚ ରୋମାଞ୍ଚକର ହେବା ନେଇ ଆଶା କରାଯାଉଛି। ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ଶେଷ ୫ଟି ମ୍ୟାଚର ପ୍ରଦର୍ଶନକୁ ଦେଖିଲେ କଲକାତା ନାଇଟ୍‌ ରାଇଡର୍ସ ୪ଟି ଓ ସନରାଇଜର୍ସ ହାଇଦରାବାଦ ଗୋଟିଏ ମ୍ୟାଚରେ ବିଜୟୀ ହୋଇଛନ୍ତି।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ