ଆଉ ଏକ ଲଘୁଚାପ ସକ୍ରିୟ

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବାବେଳେ ଏହାର ପ୍ରଭାବରେ ଆଗାମୀ ୨୪ ତାରିଖରୁ ରାଜ୍ୟରେ ପ‌ୁଣି ବର୍ଷା ହେବ। ଏହି ସମୟରେ ଅନେକ ସ୍ଥାନରେ ଘନ କୁହୁଡ଼ି ହେବା ସହ ଦୃଶ୍ୟମାନ ଦୂରତା ହ୍ରାସ ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ. ଉମାଶଙ୍କର ଦାସ ସାମାଜିକ ଗଣମାଧ୍ୟମ ଏକ୍ସରେ ସୂଚନା ଦେଇଛନ୍ତି।
ଡ. ଉମାଶଙ୍କର ଦାସ କହିଛନ୍ତି ଯେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ନିକଟସ୍ଥ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶା ଉପରେ ଏକ ପୂର୍ବାଳୀ ନିମ୍ନଚାପ ରେଖା ସୃଷ୍ଟି ହେବ ଦକ୍ଷିଣ-ପୂର୍ବ ଦିଗରୁ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ସହ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାଶ୍ୱର୍ବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ମେଘୁଆ ଆକାଶ ସହ ବର୍ଷାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବର୍ଷା ପୂର୍ବାନୁମାନ ନେଇ ଏକ୍ସରେ କରାଯାଇଥିବା ପୋଷ୍ଟରେ କୁହାଯାଇଛି ଯେ ୨୪ ତାରିଖ ସକାଳ ସାଢେ଼ ୮ଟା ପର୍ୟ୍ୟନ୍ତ ରାଜ୍ୟର କୌଣସି ସ୍ଥାନରେ ବର୍ଷା ହେବା ସମ୍ଭାବନା ନାହିଁ। ତେବେ ୨୪ ତାରିଖ ସକାଳ ସାଢେ଼ ୮ଟାରୁ ୨୫ ତାରିଖ ସକାଳ ସାଢେ଼ ୮ଟା ପର୍ୟ୍ୟନ୍ତ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କୋରାପୁଟ, ମାଲକାନଗିରି ଓ କନ୍ଧମାଳର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୫ ତାରିଖରେ ଉପକୂଳ ଓଡ଼ିଶା ଅନ୍ତର୍ଗତ କେତେକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ପ୍ରକାଶ ପାଇଛି।

ଅନ୍ୟପକ୍ଷରେ ୨୩ ତାରିଖ ରାତି ଏବଂ ୨୪ ତାରିଖ ସକାଳେ କଳାହାଣ୍ଡି, ଅନୁଗୋଳ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ତିନି ଦିନରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ସେଲ୍‌୍‌ସିୟସ ହ୍ରାସ ପାଇବାର ସମ୍ଭାବନା ଥିବା ବେଳେ ଏହାପରେ ତାପମାତ୍ରାରେ ସେମିତି କିଛି ବଡ଼ ପରିବର୍ତ୍ତନ ହେବ ନାହିଁ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ