ଆଉ ନାହାନ୍ତି ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ

ଲକ୍ଷ୍ନୌ: ଆଉ ନାହାନ୍ତି ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ । ୮୫ ବର୍ଷ ବୟସରେ ପୂଜକ ସତୈନ୍ଦ୍ର ଦାସଙ୍କ ପରଲୋକ । ବ୍ରେନ ଷ୍ଟ୍ରୋକ ପରେ ଫେବ୍ରୁଆରୀ ୩ ତାରିଖରୁ ଲକ୍ଷ୍ନୌ ପିଜିଆଇ ହସ୍ପିଟାଲରେ ସତୈନ୍ଦ୍ରଙ୍କ ଚିକିତ୍ସା ଚାଲିଥିଲା । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ ନ୍ୟୁରୋଲୋଜି ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଆଉ ଶେଷରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ସତୈନ୍ଦ୍ର ଦାସ । ତାଙ୍କ ବିୟୋଗରେ ଉତ୍ତରପ୍ରଦେଶ ସରକାର ଶୋକ ବ୍ୟକ୍ତ କରିଛନ୍ତି ।
ତେବେ ଦୀର୍ଘ ୩୩ ବର୍ଷ ଧରି ରାମ ମନ୍ଦିରର ସେବା କରି ଆସୁଥିଲେ ସତୈନ୍ଦ୍ର । ୧୯୯୨ ମସିହାରେ ରାମମନ୍ଦିର ପୂଜକ ଭାବେ ଦାୟିତ୍ବ ନେଲେ । ପ୍ରାୟ ୩ ଦଶନ୍ଧି ଧରି ରାମମନ୍ଦିର ପୂଜକ ଥିଲେ ସତୈନ୍ଦ୍ର । ସେ ଅଯୋଧ୍ୟା ରାମମନ୍ଦିର ଆନ୍ଦୋଳନରେ ପ୍ରମୂଖ ଭୂମିକା ତୁଳାଇଥିଲେ ।ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଲା ମନ୍ଦିର ପୂଜକ ଭାବେ ତାଙ୍କୁ ଯେତେବେଳେ ରଖାଗଲା ସେତେବେଳେ ସେ ମାସକ ମାତ୍ର ୧୦୦ ଟଙ୍କା ଦରମା ନେଉଥିଲେ । ପରେ ୨୦୧୮ରେ ୧୨ ହଜାର ଟଙ୍କା ଏବଂ ୨୦୧୯ରେ ୧୩ ହଜାର ଟଙ୍କା ଦରମା ଦିଆଗଲା ।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ