ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

ବଳଙ୍ଗା: ପୁରୀରେ ବିଜେଡିର ହରତାଳକୁ ନେଇ ମୃତ ବଳଙ୍ଗା ଯୁବତୀଙ୍କ ବାପା ପୁଣି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆମେ ବହୁତ ଦୁଃଖରେ ଅଛୁ, ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ। ମୋ’ ଝିଅ ତ ରହିଲାନି, ଆମେ କାହାକୁ ଦୋଷ ଦେବାକୁ ଚାହୁଁନୁ। ଏଥିରେ ଆଉ ରାଜନୀତି ନ କରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ ବୋଲି ପୁଣି ଅନୁରୋଧ କରିଛନ୍ତି ମୃତ ବଳଙ୍ଗା ଯୁବତୀଙ୍କ ବାପା।
ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଉକ୍ତ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଥିଲା। ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ବୟାନରେ ପୀଡିତା ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଥିବା ସୂଚନା ମିଳିଥିଲା। ପରେ ଜୀବନ ଯୁଦ୍ଧରେ ହାରିଯାଇଥିଲେ ପୀଡ଼ିତା ଜଣକ।

ପୁରୀ: ବଳଙ୍ଗା ପୀଡ଼ିତା ଓ ବାଲେଶ୍ୱର ଏଫ୍‌ଏମ୍‌ କଲେଜ ପ୍ରସଙ୍ଗକୁ ନେଇ ପୁରୀ ଜିଲ୍ଲା ବିଜେଡି ପକ୍ଷରୁ ୬ ଘଣ୍ଟିଆ ହରତାଳ । ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ ଆନ୍ଦୋଳନ। ବିଜେଡିକର୍ମୀଙ୍କ ପକ୍ଷରୁ ବିଭିନ୍ନ ଛକରେ ପିକେଟିଂ କରିଛନ୍ତି। ବଡ଼ଦାଣ୍ଡରେ ବନ୍ଦ ପାଳନର ପ୍ରଭାବ ଦେଖିବାକୁ ମିଳିଛି। ଦୋକାନ ବଜାର,କାର୍ୟ୍ୟାଳୟ, ଗାଡ଼ି ଚଳାଚଳ ବନ୍ଦ ରହିଛି। ପୀଡ଼ିତାଙ୍କ ନ୍ୟାୟ ଦାବିରେ ବିଜେଡ଼ି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରହିଛି।

ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଥିଲା ବଳଙ୍ଗା ପୀଡ଼ିତାଙ୍କ ପରିବାର ଉପରେ ଚାପ ପ୍ରୟୋଗ କରି ବୟାନ ବଦଳାଇବା ପାଇଁ ବାଧ୍ୟ କରାଯାଇଛି । ପ୍ରଥମ ଦିନରୁ ପୀଡ଼ିତା ଓ ତାଙ୍କ ମା’ ନିଜେ ଘଟଣା ସମ୍ପର୍କରେ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରି ଏତଲା ଦାୟର କରିଥିଲେ । ପରବର୍ତ୍ତୀ ପରିସ୍ଥତିରେ ଦୁର୍ବୃତ୍ତଙ୍କୁ ବଞ୍ଚାଇବା ପାଇଁ ଶାସକ ଦଳର ଚାପରେ ପୁଲିସ ତଦନ୍ତର ମୋଡ଼ ବଦଳାଇ ଦେଇଥିଲେ।

ଗତ ଜୁଲାଇ ୧୯ତାରିଖରେ ବଳଙ୍ଗା ପୀଡ଼ିତାଙ୍କ ଦେହରେ ନିଆଁ ଲାଗିଥିବାବେଳେ ୨ତାରିଖରେ ଦିଲ୍ଲୀ ଏମସରେ ପୀଡ଼ିତାଙ୍କ ମୃତ୍ୟୁ ହୋଇଥିଲା । ୩ତାରିଖ ବିଳମ୍ବିତ ରାତିରେ ପୈତୃକ ଗାଁରେ ପାର୍ଥିବ ଶରୀର ପହଞ୍ଚିବା ପରେ କର୍ମ କରାଯାଇ ପରଦିନ କବର ଦିଆଯାଇଥିଲା। ତେବେ ଘଟଣାରେ କୌଣସି ଅଭିଯୁକ୍ତ ଗିରଫ ହୋଇନଥିବାବେଳେ ପୀଡ଼ିତାଙ୍କ ମୃତ୍ୟୁ ଖବର ପରେ ଓଡ଼ିଶା ପୁଲିସ ସେ ଯାଏ ହୋଇଥିବା ତଦନ୍ତରେ କାହାର ସମ୍ପୃକ୍ତି ନଥିବା ଏକ୍ସରେ ପୋଷ୍ଟ କରିଥିଲା ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ