ଆଉ ୫ ହସ୍ତଶିଳ୍ପକୁ ମିଳିଲା ସରକାରୀ ଅନୁମୋଦନ

ଭୁବନେଶ୍ବର: ଆଉ ୫ଟି ହସ୍ତଶିଳ୍ପକୁ ମିଳିଲା ସରକାରୀ ମାନ୍ୟତା । ପୂର୍ବରୁ ଏହି ସରକାରୀ ଅନୁମୋଦନ ପ୍ରାପ୍ତ ହସ୍ତଶିଳ୍ପର ସଂଖ୍ୟା ୫୦ ଥିବାବେଳେ ଏହି ନୂତନ ଅନୁମୋଦନକୁ ମିଶାଇ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଏହି ଅନୁମୋଦନ ମିଳିଛି । ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଏହାକୁ ଅନୁମୋଦନ କରିଛନ୍ତି । ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଏହି ୫୫ ଗୋଟି ହସ୍ତଶିଳ୍ପର ଅନୁମୋଦନ ପାଇଁ ସୁପାରିଶ କରିଥିବା ବେଳେ ହସ୍ତଶିଳ୍ପ ନିର୍ଦ୍ଦେଶିକା ପ୍ରଣତି ଛୋଟରାୟ ଏହାର ପ୍ରସ୍ତାବ ରଖିଥିଲେ ।
ସୂଚନାଯୋଗ୍ୟ, ପୂର୍ବରୁ ୫୧ଟି ହସ୍ତଶିଳ୍ପକୁ ଅନୁମୋଦନ ମିଳିଥିଲା । ଏବେ ଏହି ତାଲିକାକୁ ସଂଶୋଧନ କରାଯାଇ ନୂତନ ଭାବେ ୫୫ ଗୋଟି ହସ୍ତଶିଳ୍ପକୁ ରାଜ୍ୟ ସରକାରଙ୍କ ମାନ୍ୟତପ୍ରାପ୍ତ ହସ୍ତଶିଳ୍ପ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି ।

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନରେ ଅନୁମୋଦିତ ହସ୍ତଶିଳ୍ପ ମଧ୍ୟରେ ରହିଛି ଚାନ୍ଦୁଆ, କାରୁକାର୍ୟ୍ୟପୂର୍ଣ୍ଣ ଚମଡ଼ା କାମ, କାରୁକାର୍ୟ୍ୟପୂର୍ଣ୍ଣ ସପ, କାରୁକାର୍ୟ୍ୟପୂର୍ଣ୍ଣ କାଠ କାମ, ବାଉଁଶ କାମ, ବାଟିକ୍ ଛାପା କାମ, ଗୁଆ କାମ, କଂସା ଓ ପିତ୍ତଳ କାମ, ବେତ କାମ, ମାଟି କଣ୍ଢେଇ, କପଡ଼ା ଫୁଲ, କପଡ଼ା ତାଳିପକା କାମ, କପଡ଼ା କଣ୍ଢେଇ, ନଡ଼ିଆ ସଢ଼େଇ କାମ, କତା ହସ୍ତଶିଳ୍ପ, ଢୋକ୍ରା କାମ, ସୂଚୀ କାମ, କାଇଁଚ କାମ, ଗୋପା କାମ, ଦରି ଓ ସତରଞ୍ଜି କାମ, ହସ୍ତ ନିର୍ମିତ ଅଳଙ୍କାର, ଶିଙ୍ଗ କାମ, ଜୟଖାଡ଼ି କାମ, ଝୋଟ ନିର୍ମିତ ହସ୍ତଶିଳ୍ପ, କିଆ ପତ୍ରରୁ ପ୍ରସ୍ତୁତ ହସ୍ତଶିଳ୍ପ, ଲାଖ କାମ, ପ୍ରାକୃତିକ ତନ୍ତୁ ନିର୍ମିତ ହସ୍ତଶିଳ୍ପ (ନାଳିଆ ଘାସ, ସିସଲ ଘାସ, ହେଂସୁଆତି), ଧାନରୁ ତିଆରି ହସ୍ତଶିଳ୍ପ, ଡଙ୍ଗରିଆ କନ୍ଧ ଚିତ୍ରକଳା, ଗଣ୍ଡ ଚିତ୍ରକଳା, ଜୁଆଙ୍ଗ ଚିତ୍ରକଳା, କୋହ୍ଲ ଚିତ୍ରକଳା, କୁଟିଆ କନ୍ଧ ଚିତ୍ରକଳା, ଲାଞ୍ଜିଆ ସଉରା ଚିତ୍ରକଳା, ଓରାଓଁ ଚିତ୍ରକଳା, ସାନ୍ତାଳ ଚିତ୍ରକଳା, ସଉରା ଚିତ୍ରକଳା, ତାଳପତ୍ର ତିଆରି ସାଜସଜ୍ଜା ଜିନିଷ, ତାଳପତ୍ର ଖୋଦେଇ, କାଗଜ ମୁଖା, ପଟ୍ଟଚିତ୍ର, ଗଛମୂଳରୁ ତିଆରି ହସ୍ତଶିଳ୍ପ, ସବାଇ ଘାସ କାମ, ଶଙ୍ଖ ଶାମୁକା କାମ, ରୂପା ତାରକସି କାମ, ସୋଲ କାମ, ପଥର ଖୋଦେଇ, ଛଣରୁ ତିଆରି ହସ୍ତଶିଳ୍ପ, ଟେରାକୋଟା ଏବଂ ମାଟିପାତ୍ର କାମ, ଯାତ୍ରା ପୋଷାକ, ଆଦିବାସୀ ଅଳଙ୍କାର, ତୁମ୍ବା କାମ, କାଠ ଖୋଦେଇ, ଚିତ୍ରିତ କାଠ କଣ୍ଢେଇ ଏବଂ ଲୌହ ଧାତୁ ନିର୍ମିତ ହସ୍ତଶିଳ୍ପ ।
ରାଜ୍ୟ ସରକାର ଏହି ଅନୁମୋଦିତ ହସ୍ତଶିଳ୍ପଗୁଡ଼ିକର ବିକାଶ ପାଇଁ ବିଶେଷ ଧ୍ୟାନ ଦେବା ସହ ଏଥିରେ କାର୍ୟ୍ୟରତ କାରିଗରମାନଙ୍କୁ ନିୟମାନୁଯାୟୀ ଆବଶ୍ୟକୀୟ ସହାୟତା ଯୋଗାଇ ଦେବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

  • Related Posts

    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading
    ଆଇପିଏସ୍ଆ ଶୀଷ ସିଂଙ୍କୁ ଓଡ଼ିଶା କ୍ୟାଡ଼ରକୁ ଫେରାଇଦେଲା କେନ୍ଦ୍ର

    ଭୁବନେଶ୍ୱର: ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଆଶୀଷ କୁମାର ସିଂଙ୍କୁ କେନ୍ଦ୍ର ସରକାର ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେଇଛନ୍ତି। କେନ୍ଦ୍ରୀୟ ଗୁଇନ୍ଦା ବିଭାଗ(ଆଇବି)ରେ ଡେପୁଟି ଡାଇରେକ୍ଟର ଭାବେ କାର୍ୟ୍ୟରତ ଥିବା ଶ୍ରୀ ସିଂଙ୍କୁ ତତ୍କାଳ ଅବ୍ୟାହତ ଦେଇ ଓଡ଼ିଶା କ୍ୟାଡ଼ରକୁ ଫେରିଯିବାକୁ ନିର୍ଦ୍ଦେଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ