ଆକାଶରୁ ନିଆଁ ବର୍ଷୁଛି

ଭୁବନେଶ୍ୱର: ଟକଟକ ହୋଇ ଫୁଟୁଛି ସାରା ଓଡ଼ିଶା । ଆକାଶରୁ ନିଆଁ ବର୍ଷୁଛି । ପାରଦ ୪୩ ଡେଇଁ ୪୪ ଡିଗ୍ରୀ ମୁହାଁ ହେଲାଣି । ୧୮ ତାରିଖ ସୁଦ୍ଧା ପହଞ୍ଚିବ ୪୫ ଡିଗ୍ରୀ ସେଲସିୟସ୍ ପହଞ୍ଚିବ । ମଝିରେ ମଝିରେ କାଳବୈଶାଖୀ ବର୍ଷା ହୋଇପାରେ । ମାତ୍ର ସୀମିତ ଅଞ୍ଚଳରେ ବା କାଁ ଭାଁ । ବଡ଼ ବର୍ଷା ସମ୍ଭାବନା ଏବେ କମ୍ ।

ଗୁରୁବାର ଟିଟିଲାଗଡ଼ ପହଞ୍ଚିଗଲା ୪୩.୭ ଡିଗ୍ରୀରେ । ଝାରସୁଗୁଡ଼ା ବି ୪୩.୬ ଡିଗ୍ରୀ ଛୁଇଁଥିଲା । ୧୪ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ଥିଲା । ସେଥିମଧ୍ୟରୁ ସମ୍ବଲପୁର ୪୨.୨, ହୀରାକୁଦ ୪୨.୨, ଭବାନୀପାଟଣା ୪୨.୫, ବଲାଙ୍ଗୀର ୪୨.୨ ତାତିରେ ଛଟପଟ ହୋଇଥିଲା । ଉପକୂଳରେ ପାରଦ ୩୫-୩୬ ଡିଗ୍ରୀ ରହିଥିଲେ ବି ଗୁଳୁଗୁଳି ପ୍ରକୋପ ଅସହ୍ୟ ହୋଇଛି । ଆସନ୍ତା ଦୁଇଦିନ ରାଜ୍ୟର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । ସମଗ୍ର ଉପକୂଳ ଓଡ଼ିଶାରେ ଏବେ ଗୁଳୁଗୁଳିରୁ ନିସ୍ତାର ନାହିଁ ।

ଅନ୍ୟପଟେ ୧୮ ଓ ୧୯ରେ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ (ହିଟ୍ ୱେଭ୍) ୱାର୍ଣ୍ଣିଂ ଜାରି କରାଯାଇଛି । ୧୭ ତାରିଖ (ଶୁକ୍ରବାର) ଝାରସୁଗୁଡ଼ା ଓ ଟିଟିଲାଗଡ଼ରେ ପାରଦ ୪୪ ଡିଗ୍ରୀ ଛୁଇଁପାରେ । ଉପକୂଳ ଓଡ଼ିଶା ୩୭- ୩୮ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗର ପୂର୍ବାନୁମାନ କରିଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ