ଆଗକୁ ତାତି ବଢ଼ିପାରେ

ଭୁବନେଶ୍ୱର: ରାଜ୍ୟରେ ଆଗକୁ ତାତି ବଢ଼ିପାରେ । ୨ଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଶୁକ୍ରବାର ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳରେ ଝଡ଼ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଆଶଙ୍କା ଅଛି । ୧୬ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୧୯ ତାରିଖ ଯାଏ ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ ପ୍ରଭାବରେ ମୌସୁମୀ ଅଗ୍ରସର ହୋଇପାରେ । ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଓ ଆଣ୍ଡାମାନ ନିକୋବର ଦୀପକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗୁରୁବାର ବଲାଙ୍ଗୀରରେ ୪୦.୩, ସମ୍ବଲପୁରରେ ୪୦.୨, ଝାରସୁଗୁଡ଼ାରେ ୩୯.୬, ନୂଆପଡ଼ା ଓ ଭବାନୀପାଟଣାରେ ୩୯.୫ ଡିଗ୍ରୀ ରେକର୍ଡ ହୋଇଛି ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ