ଆଗକୁ ଦୁଇଟି ଲଘୁଚାପ: ସେପ୍ଟେମ୍ବରରେ ବର୍ଷା ବଢ଼ିବ

ଭୁବନେଶ୍ୱର : ସେପ୍ଟେମ୍ବରରେ ବର୍ଷା ବଢ଼ିବ। ଆଗକୁ ଦୁଇଟି ଲଘୁଚାପ ଆସୁଛି । ଗୋଟିଏ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଓ ଆଉ ଗୋଟିଏ ଦ୍ୱିତୀୟ ସପ୍ତାହରେ । ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ଦୁଇ ସପ୍ତାହ ପାଇଁ ପୂର୍ବାନୁମାନ ଜାରି ହୋଇଛି । ଆକଳନ ଅନୁସାରେ ସେପ୍ଟେମ୍ବର ୩ ତାରିଖବେଳକୁ ଉତ୍ତରବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳର ସମାନ୍ତରାଳ ଭାବେ ସମୁଦ୍ର ଭିତରେ ଆଗକୁ ବଢ଼ିବ । ଘନୀଭୂତ ହୋଇ ୫ ତାରିଖବେଳକୁ ଅବପାତ ରୂପ ନେଇପାରେ। ସେହିପରି ପରବର୍ତ୍ତୀ ସପ୍ତାହର ଶେଷ ଆଡ଼କୁ (୧୦/୧୧ ତାରିଖ) ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଓଡ଼ିଶାରେ ଆସନ୍ତା ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୩ ଭିତରେ ପ୍ରବଳ ବର୍ଷା ହୋଇପାରେ । ବର୍ତ୍ତମାନର ଆକଳନ ହେଲା, ଶୁକ୍ରବାର ରାଜ୍ୟର ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।ଶନିବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୩୧ରୁ ବର୍ଷା ପରିମାଣ ବଢ଼ିବା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି । ଦୀର୍ଘଦିନ ପରେ ରାଜ୍ୟରେ ବର୍ଷା କମିଛି । ପାଗ ବଦଳିଛି । ଅନେକ ସ୍ଥାନରେ ଖରାଟିଆ ପାଗ ଦେଖିବାକୁ ମିଳିଛି । ତଥାପି କିଛି ସ୍ଥାନରେ ବର୍ଷା ହୋଇଛି ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ