ଆଗକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । କିନ୍ତୁ ଏହା ଆଗକୁ ଅଗ୍ରସର ହେଉନି । ୧୮ ଦିନ ତଳେ ଯେଉଁଠି ଥିଲା ଏବେ ବି ସେଇଠି ରହିଛି । ମୌସୁମୀ ଅଗ୍ରସର ରେଖା ଭବାନୀପାଟଣା- ପୁରୀରୁ ଉପରକୁ ଉଠୁନି । ତେବେ ଆଗକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହା ମୌସୁମୀକୁ ଅଗ୍ରସର କରାଇବାକୁ ଅନୁକୂଳ ସ୍ଥିତି ସୃଷ୍ଟି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

ଶ୍ରୀ ମହାପାତ୍ର ଆକଳନ କରି କହିଛନ୍ତି, ଆସନ୍ତା ୨ରୁ ୩ ଦିନରେ ରାଜ୍ୟତମାମ ଅଧିକ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ମୌସୁମୀ ବର୍ଷା ହେଉଛି । ଆଗକୁ ଉତ୍ତର ଓଡ଼ିଶାରେ ଭଲ ବର୍ଷା ହେବ । ଆଗକୁ ପାଣିପାଗ ପୂର୍ବାନୁମାନକୁ ଆହୁରି କ୍ରିୟାଶୀଳ କରିବାକୁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ପ୍ରୟୋଗ କରାଯିବ । ଏହା ପୂର୍ବାପେକ୍ଷା ଠିକ୍‌ ପୂର୍ବାନୁମାନ କରିବ । ଏହାଲୋକଙ୍କୁ ତ୍ୱରିତ୍‌ ଓ ରିଅଲ ଟାଇମ୍‌ ପୂର୍ବାନୁମାନ ଦେବ । ଏବେ ମୌସୁମ ମୋବାଇଲ ଆପସ୍‌ ଜରିଆରେ ଲୋକେ ପଞ୍ଚାୟତସ୍ତରରେ ପାଣିପାଗ ପୂର୍ବାନୁମାନ ପାଉଛନ୍ତି। ପ୍ରତି ଗାଁ ସ୍ତରରେ ତ୍ୱରିତ୍‌ ପାଣିପାଗ ପୂର୍ବାନୁମାନ ପହଞ୍ଚାଇବାକୁ ଆମେ କାମ କରୁଛୁ । ଆସନ୍ତା ୫ ବର୍ଷରେ ମିଶନ ମୌସମ୍‌ ଅଧିକ କ୍ରିୟାଶୀଳ ହେବ ବୋଲି ସେ କହିଛନ୍ତି ।

ଆଇଏମ୍‌ଡିର ପୂର୍ବାନୁମାନ କହୁଛି, ଆସନ୍ତା ୨୦ ତାରିଖ ପରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ମୌସୁମୀ ଅଗ୍ରସର ହେବ । ତେବେ ରବିବାର ଗଜପତି, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

ସୋମବାର ବା ୧୬ ତାରିଖ ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଏଥିପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଗଜପତି, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି ଓ ଜଗତସିଂହପୁରରେ ଅଧିକ ବର୍ଷା ହୋଇପାରେ ।

  • Related Posts

    ନିଆଁ ଲାଗି ମହିଳା ମୃତ

    ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌…

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ