ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ

​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ ଜିନ୍ଦାବାଦ- ୨.୦’ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟରୁ ନିଶାକୁ ମୂଳପୋଛ କରିବା ପାଇଁ ଦୃଢ଼ ଆହ୍ୱାନ ଦେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କମିଶନରେଟ୍ ପୋଲିସର ‘ନିଶାମୁକ୍ତ ଭାରତ’ ସମ୍ବନ୍ଧୀୟ ଏକ ସ୍ୱତନ୍ତ୍ର ୱେବସାଇଟ୍‌ର ଶୁଭାରମ୍ଭ କରିଥିଲେ।

ନିଶା କେବଳ ବ୍ୟକ୍ତିଗତ ଜୀବନକୁ ନୁହେଁ, ବରଂ ସମଗ୍ର ପରିବାର ଓ ସମାଜକୁ ବରବାଦ କରିଦେଉଛି ବୋଲି ମତପ୍ରକାଶ କରି ମୁଖ୍ୟମନ୍ତ୍ରୀ ରାଜ୍ୟସରକାରଙ୍କ ପକ୍ଷରୁ ନିଶା ବିରୁଦ୍ଧରେ ‘ଜିରୋ ଟଲରେନ୍ସ’ ନୀତି ଜାରି ରହିଥିବା ସ୍ପଷ୍ଟ କରିଛନ୍ତି।

ମାନବ ଜୀବନକୁ ଇଶ୍ୱରଙ୍କ ଏକ ଅମୂଲ୍ୟ ବରଦାନ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନରେ ଯେତେ ବାଧାବିଘ୍ନ ଓ ବିଫଳତା ଆସିଲେ ମଧ୍ୟ ସେଗୁଡ଼ିକୁ ସାମ୍ନା କରି ଆଗକୁ ବଢ଼ିବା ହେଉଛି ପ୍ରକୃତ ଜୀବନ। ଗତବର୍ଷ ଆରମ୍ଭ ହୋଇଥିବା ‘ଜୀବନ ଜିନ୍ଦାବାଦ’ ଅଭିଯାନ ଆତ୍ମହତ୍ୟା ପ୍ରବୃତ୍ତିକୁ ରୋକିବାରେ ବଡ଼ ସଫଳତା ଦେଇଥିବାବେଳେ, ବର୍ତ୍ତମାନର ‘ଜୀବନ ଜିନ୍ଦାବାଦ ୨.୦’ ଯୁବବର୍ଗଙ୍କୁ ନିଶାରୁ ଦୂରେଇ ରଖି ଶିକ୍ଷା, କ୍ରୀଡ଼ା ଓ ସୃଜନଶୀଳତା ଆଡ଼କୁ ଆକର୍ଷିତ କରିବାର ଏକ ବ୍ୟାପକ ପ୍ରୟାସ ବୋଲି ସେ ମତବ୍ୟକ୍ତ କରିଛନ୍ତି।

ଏହି ଅବସରରେ ରାଜ୍ୟର ପ୍ରତିଷ୍ଠିତ କଳାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ‘ଜୀବନ ଜିନ୍ଦାବାଦ’, ‘ନିଶାମୁକ୍ତ ଯୁବସମାଜ ବିକଶିତ ଭାରତ’ ଏବଂ ସଚେତନମୂଳକ ନାଟକ ‘ଭୂତ ମଣିଷର ନିଶାକୁ ନା’ ମଞ୍ଚସ୍ଥ ହୋଇଥିଲା। ଏହି ସମସ୍ତ ନାଟକ ଓ ନୃତ୍ୟ ପ୍ରଦର୍ଶନଗୁଡ଼ିକର ଭୂୟସୀ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ନାଟକଗୁଡ଼ିକରୁ ପ୍ରତ୍ୟେକେ ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନେବା ଉଚିତ।

ସାମ୍ପ୍ରତିକ ପରିସ୍ଥିତିରେ ଅଧିକାଂଶ ଜଘନ୍ୟ ଅପରାଧ ଓ ମହିଳା ହିଂସା ପଛରେ ନିଶା ସେବନ ମୁଖ୍ୟ କାରଣ ପାଲଟିଥିବା ନେଇ ଗଭୀର ଚିନ୍ତା ପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶରେ ପ୍ରତିବର୍ଷ କେବଳ ମଦ୍ୟପାନ କାରଣରୁ ପ୍ରାୟ ୨ ଲକ୍ଷ ୬୦ ହଜାରରୁ ୨ ଲକ୍ଷ ୮୦ ହଜାର ବ୍ୟକ୍ତିଙ୍କ ମୃତ୍ୟୁ ହେଉଛି। ମଦ୍ୟପାନ କରି ଗାଡ଼ି ଚଳାଇ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କ ତାଲିକାରେ ଓଡ଼ିଶା ଦ୍ଵିତୀୟ ସ୍ଥାନରେ ରହିବା ଅତ୍ୟନ୍ତ ଚିନ୍ତାଜନକ ବୋଲି ସେ ସ୍ୱୀକାର କରିଛନ୍ତି। କେବଳ ମଦ ନୁହେଁ, ଗଞ୍ଜେଇ, ଅଫିମ, କୋକେନ, ହେରୋଇନ, ବ୍ରାଉନ ସୁଗାର ଓ ସିନ୍ଥେଟିକ୍ ଡ୍ରଗ୍ସ ଭଳି ହାଇ-ରିସ୍କ ଡ୍ରଗ୍ସ ବିରୁଦ୍ଧରେ ରାଜ୍ୟର ପୋଲିସ ଓ ଅବକାରୀ ପ୍ରଶାସନ ଆହୁରି ଅଧିକ କଠୋର ପ୍ରୋ-ଆକ୍ଟିଭ ପଦକ୍ଷେପ ନେବ ବୋଲି ସେ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ସରକାରଙ୍କ ଗ୍ରହଣ କରାଯାଇଥିବା ବିଭିନ୍ନ ଦୃଢ଼ ପଦକ୍ଷେପଗୁଡ଼ିକୁ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଜଣାଇଲେ ଯେ ଗତ ଏପ୍ରିଲ ପହିଲାରୁ ନୂତନ ଅବକାରୀ ନୀତି ଅନୁସାରେ ଆଗାମୀ ତିନି ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ। ଏହାସହ ଚୋରା ଓ ବିଷକ୍ତ ମଦ କାରବାର ପାଇଁ ସ୍ଥାନୀୟ ପ୍ରଶାସନକୁ ଉତ୍ତରଦାୟୀ କରାଯାଇଛି। ତମାଖୁ ଓ ନିକୋଟିନ୍ ଯୁକ୍ତ ପାନ ମସଲା ଏବଂ ଗୁଟ୍‌‌କା ଉତ୍ପାଦନ ଓ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯିବା ସାଙ୍ଗକୁ ସ୍କୁଲ ଓ କଲେଜ କ୍ୟାମ୍ପସକୁ ‘ନିଶା ନିଷିଦ୍ଧ’ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ଦ୍ୱାରା ୨୦୨୯ ଶେଷ ସୁଦ୍ଧା ଭାରତକୁ ସମ୍ପୂର୍ଣ୍ଣ ନିଶାମୁକ୍ତ କରିବା ପାଇଁ ଘୋଷିତ ‘ଡେଡ୍‌ଲାଇନ୍’କୁ ସାକାର କରିବା ଦିଗରେ ଓଡ଼ିଶା ସରକାର ପ୍ରତିବଦ୍ଧ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଶେଷରେ, ପିତାମାତାମାନେ ନିଜ ପିଲାମାନଙ୍କ ଆଚରଣ ଓ ବ୍ୟବହାରରେ ପରିବର୍ତ୍ତନକୁ ଲକ୍ଷ୍ୟ କରି ଏହାକୁ ‘ରେଡ୍-ଫ୍ଲାଗ୍’ ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯୁବପିଢ଼ି ନିଶାଠାରୁ ଦୂରେଇ ରହି ସେହି ଟଙ୍କାକୁ ପ୍ରୋଟିନ ଓ ଏନର୍ଜି ଡ୍ରିଙ୍କ୍ସ ପରି ସ୍ୱାସ୍ଥ୍ୟକର ଜିନିଷରେ ଖର୍ଚ୍ଚ କରିବାକୁ ଆଗ୍ରହୀ ହେବା ଏକ ଆଶାର କିରଣ ବୋଲି ସେ କହିଥିଲେ। “ନିଶାକୁ ନାଁ, ଜୀବନକୁ ହଁ” ଏବଂ “Life is beautiful, Don’t destroy it”ର ବାର୍ତ୍ତାକୁ ପ୍ରତ୍ୟେକ ଗାଁ ଓ ସହରରେ ପହଞ୍ଚାଇ ଏକ ସୁସ୍ଥ, ସଚେତନ ଓ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ୱାନ ଜଣାଇଛନ୍ତି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ