ଆଗାମୀ ୫ ଦିନ ଏହି ଜିଲାରେ ବର୍ଷା

ଭୁବନେଶ୍ୱର: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ଆଗାମୀ ୩ ଦିନରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ। ତେବେ ଲଘୁଚାପର କୌଣସି ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେବ। ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ତାମିଲନାଡୁ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ କୋହଲା ପାଗ ଜାରି ରହିବ। ୧୭ରୁ ୧୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡିଶାରେ ବିଶେଷକରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ବର୍ଷା ପ୍ରଭାବରେ କିଛି ସ୍ଥାନରେ ପାରଦ ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ