ଆଙ୍ଗନ କା ଉତ୍ସବରେ ରାଇକିଆ ଭାଜପା ତରଫରୁ ଅଙ୍ଗନବାଡି ଓ ଆଶାକର୍ମୀ ସମ୍ମାନିତ

ରାଇକିଆ: ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନ ସମନ୍ୱିତ ଶିଶୁ ବିକାଶ ସେବା (ଆଇସିଡିଏସ୍‌) ପକ୍ଷରୁ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକରେ ‘ଆଙ୍ଗନ କା ଉତ୍ସବ’ ପାଳନ କରାଯାଇଛି। ଏହି କ୍ରମରେ ରାଇକିଆ ବ୍ଲକର ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ତିନିଦିନିଆ ‘ଆଙ୍ଗନ କା ଉତ୍ସବ’ ପାଳିତ ହୋଇଯାଇଛି।ଉତ୍ସବ ଅବସରରେ ରାଇକିଆ ଭାଜପା ପକ୍ଷରୁ ବିଭିନ୍ନ ଅଙ୍ଗନବାଡି କେନ୍ଦ୍ର ପରିଦର୍ଶନ କରାଯାଇ ଅଙ୍ଗନବାଡି ଦିଦି ଓ ଆଶାକର୍ମୀ ଦିଦି ଙ୍କୁ ସମ୍ମାନିତ କରାଯାଇଥିଲା। ଶିଶୁଙ୍କ ପୋଷଣ, ଯତ୍ନ, ପ୍ରାରମ୍ଭିକ ଶିକ୍ଷା ଓ ମା’ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସଚେତନତା କ୍ଷେତ୍ରରେ ସେମାନଙ୍କ ଭୂମିକାକୁ ନେଇ ସମ୍ମାନ ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ରାଇକିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ରୀନା ପ୍ରଧାନ, ସାଂସଦ କ୍ଷେତ୍ର ପ୍ରତିନିଧି ସନ୍ତୋଷ କୁମାର ଲେଙ୍କା, ଭାଜପା ଜିଲ୍ଲା ସାଧାରଣ ସମ୍ପାଦକ ସୁକାନ୍ତ କୁମାର ସାହୁ, ଜିଲ୍ଲା ସାଧାରଣ ସମ୍ପାଦିକା ଗୀତାଞ୍ଜଳି ନାୟକ, ଜିଲ୍ଲା କୋଷାଧ୍ୟକ୍ଷ କୈଳାଶ ଚନ୍ଦ୍ର ପଣ୍ଡା, ଜିଲ୍ଲା ଉପସଭାପତି ଝୁଲିମା ଦଳବେହେରା, ରାଇକିଆ ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ମଣ୍ଡଳ ସାଧାରଣ ସମ୍ପାଦକ ସନକ ଦିଗାଳ ଓ ଯୁବମୋର୍ଚ୍ଚା ସଭାପତି ଧରଣୀଧର କହଁରଙ୍କ ସମେତ ମଣ୍ଡଳର ବହୁ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ।ଅଙ୍ଗନବାଡି କେନ୍ଦ୍ରଗୁଡ଼ିକରେ କୁନି କୁନି ଶିଶୁଙ୍କୁ ନେଇ ଚିତ୍ରାଙ୍କନ, ଗୀତ, ନୃତ୍ୟ ଓ ଗପ କହିବା ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଶିଶୁମାନେ ଉତ୍ସାହର ସହ ଏଥିରେ ଭାଗ ନେଇଥିଲେ। ଶିଶୁମାନଙ୍କୁ ଦଳ ତରଫରୁ ମିଷ୍ଟାନ ବଣ୍ଟନ କରାଯାଇଥିଲା।କାର୍ଯ୍ୟକ୍ରମରେ ଅଙ୍ଗନବାଡି ଦିଦି , ଆଶାକର୍ମୀ ଦିଦି , ଗର୍ଭବତୀ ମହିଳା, ଅଭିଭାବକ ଓ ଶିଶୁମାନେ ଯୋଗଦେଇଥିଲେ। ଅଙ୍ଗନବାଡି କର୍ମୀଙ୍କ ଆବାହକତ୍ୱରେ ଆୟୋଜିତ ଏହି ଉତ୍ସବରେ ଶିଶୁମାନଙ୍କ ମଧ୍ୟରେ ଆନନ୍ଦ ଓ ଉତ୍ସାହର ପରିବେଶ ସୃଷ୍ଟି ହୋଇଥିଲା।

ରିପୋର୍ଟ: ଦ୍ବିତୀକୃଷ୍ଣ ପଣ୍ଡା

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ