ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ । ଅଗଷ୍ଟ 9 ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିପରି କିଛି ସ୍ଥାନରେ ଝିପ୍‌ଝିପ୍‌ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଜି ପ୍ରବଳ ବର୍ଷା ପାଇଁ ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଝିପଝିପ ବର୍ଷା ସହ ପ୍ରବଳ ବଜ୍ରପାତ ଓ ଝଡ଼ି ପବନ ବହିବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିବ । ଏଥିପାଇଁ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିପରି ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଖୋରଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ବର, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ବନ୍ୟା କ୍ଷୟକ୍ଷତି ଆକଳନ ଆରମ୍ଭ; ସମ୍ପୂର୍ଣ୍ଣ ଘର ଭାଙ୍ଗିଥିଲେ ମିଳିବ ଲକ୍ଷେ ୨୦ ହଜାର ଟଙ୍କା

    ଭୁବନେଶ୍ବର,: ସୋମବାରଠାରୁ ବନ୍ୟା କ୍ଷୟକ୍ଷତି ଆକଳନ ଆରମ୍ଭ । ରାଜସ୍ବ ଏବଂ କୃଷି ବିଭାଗର ଅଧିକାରୀ ମାନେ ବନ୍ୟାରେ ହୋଇଥିବା କ୍ଷୟକ୍ଷତି ଆକଳନ କରୁଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ