ଆଜିଠୁ ଆର୍‌ଟିଇ ନାମଲେଖା

ଭୁବନେଶ୍ବର: ଶିକ୍ଷା ଅଧିକାର ଆଇନ ୨୦୦୯ ଅନ୍ତର୍ଗତ ଧାରା ୧୨(୧)(ଗ) ଅନୁଯାୟୀ ଆର୍ଥିକ ଅନଗ୍ରସର ଶ୍ରେଣୀ ପିଲାଙ୍କୁ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ପ୍ରବେଶସ୍ତରରେ ନିଃଶୁଳ୍କ ଶିକ୍ଷା ପ୍ରଦାନ ନିମନ୍ତେ ବ୍ୟବସ୍ଥା କରାଯାଉଛି। ଏଥିପାଇଁ ଆରଟିଇ ପାରଦର୍ଶୀ ପୋର୍ଟାଲ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି। ଚଳିତ ଶିକ୍ଷାବର୍ଷ ପାଇଁ ପ୍ରଥମ ପର୍ୟ୍ୟାୟ ନିମନ୍ତେ ଫେବୃଆରୀ ୧୦ରୁ ଆରମ୍ଭ କରି ମାର୍ଚ୍ଚ ୧୦ ପର୍ୟ୍ୟନ୍ତ ଛାତ୍ରଛାତ୍ରୀ ପାରଦର୍ଶୀ ପୋର୍ଟାଲ ମାଧ୍ୟମରେ ଆବେଦନ କରିଥିଲେ। ୪୪୩୮ ବେସରକାରୀ ବିଦ୍ୟାଳୟରେ ୫୪୩୫୫ ସିଟ୍ ପାଇଁ ସମୁଦାୟ ୪୪୭୭୭ ଅନଲାଇନ ଆବେଦନ ଗ୍ରହଣ କରାଯାଇଥିଲା। ଏହା ମଧ୍ୟରୁ ବ୍ଲକ ଶିକ୍ଷା ଅଧିକାରୀମାନେ ମୂଳ ପ୍ରମାଣପତ୍ର ଯାଞ୍ଚ କରି ୩୫୮୦୦ ଆବେଦନ ପତ୍ରକୁ ଯୋଗ୍ୟ ବିବେଚିତ କରିଥିଲେ।

ଯୋଗ୍ୟ ଆବେଦନପତ୍ରଗୁଡ଼ିକୁ କେନ୍ଦ୍ରୀୟ ଲଟେରି ମାଧ୍ୟମରେ ପ୍ରାଥମିକ ଶିକ୍ଷା ନିର୍ଦେଶକଙ୍କ ଦ୍ବାରା ମନୋନୟନ କରାଯାଇଥିଲା। ୨୭୩୭୦ ଛାତ୍ରଛାତ୍ରୀଙ୍କୁ ନାମଲେଖା ପାଇଁ ଲଟେରି ମାଧ୍ୟମରେ ମନୋନୀତ କରାଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ସମ୍ପୃକ୍ତ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ମନୋନୀତ ଛାତ୍ରଛାତ୍ରୀଙ୍କ ନାମ ପ୍ରଦାନ କରିବେ। ବେସରକାରୀ ବିଦ୍ୟାଳୟଗୁଡ଼ିକରେ ମାର୍ଚ୍ଚ ୧୭ରୁ ମାର୍ଚ୍ଚ ୩୧ ମଧ୍ୟରେ ନାମ ଲେଖାଯିବ। ଏହି ନାମଲେଖା ସମ୍ପୂର୍ଣ୍ଣ ନିଃଶୁଳ୍କ। ବେସରକାରୀ ବିଦ୍ୟାଳୟଗୁଡ଼ିକ କୌଣସି ଅର୍ଥ ଅଭିଭାବକଙ୍କଠାରୁ ନେଇପାରିବେ ନାହିଁ। ଯଦି ଏହାକୁ କୌଣସି ବିଦ୍ୟାଳୟ ଖିଲାପ କରନ୍ତି, ଆଇନ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ଏକ ସହାୟତା ନମ୍ବର- ୧୮୦୦୩୪୫୬୭୨୨ ଜାରି କରାଯାଇଛି।

  • Related Posts

    ଆଜି ଗୁଡ୍ ଫ୍ରାଇଡେ, ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ

    ଆଜି ଗୁଡ୍ ଫ୍ରାଇଡେ। ମାନବ ଜାତି ପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବଳିଦାନର ସ୍ମୃତିଚାରଣ କରାଯାଉଛି । ଯୀଶୁଙ୍କ ବଳିଦାନକୁ ମନେ ପକାଇ ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ ଭାଇ ଭଉଣୀ । ଏଥିପାଇଁ ସକାଳୁ ଉଭୟ ବାପ୍‌ଟିଷ୍ଟ ଓ କ୍ୟାଥଲିକ୍‌…

    Continue reading
    କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

    ଭୁବନେଶ୍ୱର:କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ ସମସ୍ତ ସୁବିଧା ସୁଯୋଗ ପାଇବେ। ନିୟମିତ କର୍ମଚାରୀ ଲେଭଲ୍‌-ଭି (ଏ) ଦରମା ପିଛିଲା ଭାବେ ଅର୍ଥାତ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ