
ଭୁବନେଶ୍ୱର: ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ ହେଉଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିବେ। ଏଥର ଉପର ଓ ତଳ ପଡ଼ିଆ ମିଶାଇ ମୋଟ ୨୫ ଶହରୁ ଉର୍ଦ୍ଧ ଷ୍ଟଲ୍ ଖୋଲିବ ବୋଲି ପ୍ରଶାସନ ତରଫରୁ କୁହାଯାଇଛି।
ଆଜି ୧୩ ରାଷ୍ଟ୍ରର ରାଷ୍ଟ୍ରଦୂତ, ହାଇକମିଶନର ଉଦ୍ଘାଟନୀ କାର୍ୟ୍ୟକ୍ରମରେ ସାମିଲ ହେବେ। ଏହାକୁ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।
ପ୍ରତିଦିନ ଗୋଟିଏ କିମ୍ବା ଦୁଇ ଦେଶର କଳାକାର ବାଲିଯାତ୍ରାରେ ନିଜ କଳାର ପ୍ରଦର୍ଶନ କରିବେ। ବର୍ତ୍ତମାନ ସୁଦ୍ଧା ୮ ଦେଶର କଳାକାର ଆସିବା ସ୍ଥିର ହୋଇ ସାରିଲାଣି। ତେବେ ପ୍ରଥମ ଦିନ ଭଜନ ସମାରୋହ ଆୟୋଜିତ ହେବ। ଚଳିତ ବର୍ଷ ବାଲିଯାତ୍ରାରେ ପିଠା ମହୋତ୍ସବ ଆରମ୍ଭ ହେବ। ଭାରତ ବ୍ୟତୀତ ଅନ୍ୟ କିଛି ଦେଶରେ ବି ବିଭିନ୍ନ ପ୍ରକାର ପିଠା ପ୍ରସ୍ତୁତ ହୁଏ। ତେଣୁ ଆମ ରାଜ୍ୟବାସୀ ସେମାନଙ୍କ ପିଠାର ମଜା ଉଠାଇ ପାରିବେ ଓ ସେମାନେ ଆମ ପିଠାର ସ୍ୱାଦ ଚାଖି ପାରିବେ ।




