ଆଜିଠୁ ଐତିହାସିକ ବାଲିଯାତ୍ରା

କଟକ: ବିଶ୍ବ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ବୁଧବାର ଠାରୁ ଆରମ୍ଭ ହେଉଛି। ଏସିଆ ମହାଦେଶ ଏହି ସର୍ବବୃହତ ମୁକ୍ତାକାଶ ବାଣିଜ୍ୟ ମେଳାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ଚଳିତଥର ଓଡ଼ିଆ ଅସ୍ମିତାକୁ ଗୁରୁତ୍ବ ଦିଆଯିବା ସହ ଓଡ଼ିଆ ସାହିତ୍ୟର ପ୍ରଚାର ପ୍ରସାର କରାଯିବ। ପ୍ରଥମ ଥର ପାଇଁ ବାଲିଯାତ୍ରାରେ ଇଣ୍ଡୋନେସିଆ ସହଭାଗୀ ରାଷ୍ଟ୍ର ଭାବେ ଭାଗ ନେବ। ସେମାନଙ୍କର କଳା ସଂସ୍କୃତି ସହ ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ନେଇ ସ୍ବତନ୍ତ୍ର ପ୍ରଦର୍ଶନୀ ହେବ। ଉଦ୍‌ଘାଟନୀ କାର୍ୟ୍ୟକ୍ରମରେ ଇଣ୍ଡୋନେସିଆର ଏକ ସ୍ବତନ୍ତ୍ର ସାଂସ୍କୃତିକ ଦଳ ନୃତ୍ୟ ପରିବେଷଣ କରିବେ। ସବୁ ସନ୍ଧ୍ୟାରେ ବଲିଉଡ ଏବଂ ଓଲିଉଡର ନାମିଦାମୀ କଳାକାର ନୃତ୍ୟ ସଙ୍ଗୀତରେ ଗଣକବି ବୈଷ୍ଣବ ପାଣି ଏବଂ ଅକ୍ଷୟ ମହାନ୍ତି ମଞ୍ଚ ଦୁଲୁକିବ। ଦହିବରା ଠାରୁ ଠୁଙ୍କାପୁରି, ଓଡ଼ିଶାର ହସ୍ତକଳା ଠାରୁ ଦୋଳି ସବୁ କିଛି ନେଇ ୬୦ ଏକର ଜମିରେ ବାଣିଜ୍ୟର ଏହି ମହାକୁମ୍ଭ ଆସନ୍ତା ୧୨ ତାରିଖ ପର୍ୟ୍ୟନ୍ତ ଚାଲିବ।

କଟକ ଜିଲା ପ୍ରଶାସନ ପକ୍ଷରୁ ବାଲିଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଉଦ୍‌ଘାଟନୀ କାର୍ୟ୍ୟକ୍ରମ ନିମନ୍ତେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ଅତିଥି ଭାବେ ଇଣ୍ଡୋନେସିଆର ରାଷ୍ଟ୍ରଦୂତ ଇନା. ଏଚ କ୍ରୀଷ୍ଣମୂର୍ତ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, ସାଂସଦ ଭର୍ତ୍ତୃହରି ମହତାବ, ବିଭୁପ୍ରସାଦ ତରାଇ, ଦେବାଶିଷ ସାମନ୍ତରାୟଙ୍କ ସମେତ ଜିଲାର ସମସ୍ତ ବିଧାୟକ ଅତିଥି ଭାବେ ଯୋଗଦେବେ। ସେହିଭଳି ବିଭିନ୍ନ ଦିନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ଉଦ୍‌ଯାପନୀ ଉତ୍ସବରେ ରାଜ୍ୟପାଳ ଡ ହରିବାବୁ କମ୍ଭମପାଟି ମୁଖ୍ୟ ଅତିଥି ଭାବେ ଯୋଗଦେବେ। ପ୍ରାୟ ୧୬୬୦ ରୁ ଅଧିକ ଷ୍ଟଲ ଏଥର ପଡ଼ିଆରେ ପଡ଼ିଥିବାବେଳେ ବିଭିନ୍ନ ନୂତନତ୍ବ ଦେଖିବାକୁ ମିଳିବ।

  • Related Posts

    ଓଡ଼ିଆ ଜାତିକୁ ଆଉ କେହି ଅଟକାଇ ପାରିବେ ନାହିଁ: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶା ପଦାର୍ପଣ କରିଛି ୯୧ ବର୍ଷରେ। ଓଡ଼ିଶା ଦିବସ ରାଜ୍ୟସ୍ତରୀୟ ଉତ୍ସବ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ସୁଆଣ୍ଡୋ ଗ୍ରାମରେ ଅନୁଷ୍ଠିତ ହୋଇଛି। ଗତ ବର୍ଷ ଏହା ଅନୁଷ୍ଠିତ…

    Continue reading
    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ