ଆଜିଠୁ କମିବ ବର୍ଷା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଉପକୂଳ ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଥିଲା। ଏହା ଆଜି ପଶ୍ଚିମ ଦିଗକୁ ଗତି କରି ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଝାଡଖଣ୍ଡ ଉପରେ ରହିଛି। ଏହା ଧୀରେଧୀରେ ଉତ୍ତର ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଦେଇ ପଶ୍ଚିମ ଦିଗକୁ ଗତି କରିବ। ରବିବାର ସୁଦ୍ଧା ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ବର୍ଷାର ପରିମାଣ କମ୍‌ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ସହ ବର୍ଷା ହୋଇପ‌ାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହାପରେ ରାଜ୍ୟରେ ମୌସୁମୀଜନିତ ହାଲ୍‌କା ବର୍ଷା ଜାରି ରହିପାରେ। ତେବେ ଆସନ୍ତାକାଲି ମଧ୍ୟ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଓଡ଼ିଶା ଉପକୂଳ ଓ ଏହାର ଆଖପାଖ ଅଞ୍ଚଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ମତ୍ସ୍ୟଜୀବୀଙ୍କୁ ପ୍ରବେଶ ନ କରିବାକୁ ପରାମର୍ଶ ଦିଆଯାଇଛି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ