ଆଜିଠୁ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଆଜିଠୁ ୨ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପଟର ଯୋଗେ ଆସି ସକାଳ ୯.୩୦ ମିନିଟ ସମୟରେ ରିଜର୍ଭ ପୋଲିସ ଗ୍ରାଉଣ୍ଡ ରେ ପହଞ୍ଚିବେ। ଦିନ ୧୦ଟା ସମୟରେ ହ୍ୟାଣ୍ଡବଲ ଷ୍ଟାଡିୟମ ଯାଇ ସେଠାରେ ଚାଲିଥିବା ୩୯ ତମ ସବ୍ ଜୁନିୟର ବଏଜ ହ୍ୟାଣ୍ଡବଲ ଚମ୍ପିୟାନସିପ ରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ଓ ଏହାପରେ ୧୦.୪୦ ମିନିଟ ସମୟରେ କାଳୀ ପଡିଆ ଠାରେ ଆୟୋଜିତ ରାଜ୍ୟ ସନାତନ ଧର୍ମ ସମ୍ମିଳନୀ ଏବଂ ୧୧୪ କୁଣ୍ଡୀୟ ତ୍ରିଦିନାତ୍ମକ ବିଶ୍ୱଶାନ୍ତି ତ୍ରୀଶକ୍ତି ମହାଯଜ୍ଞ ରେ ଯୋଗ ଦେବେ । ୧୧ଟା ୫ ମିନିଟ ସମୟରେ ବୀରକିଶୋରପୁର ସ୍ଥିତ ମଣ୍ଡଳପାଟ ନୋଡାଲ ହାଇସ୍କୁଲ ର ସୁବର୍ଣ୍ଣ ଜୟନ୍ତୀ ରେ ଯୋଗ ଦେବେ । ଅପରାହ୍ନ ୪ ଟା ସମୟରେ ଝୁମ୍ପୁରା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୩୭ ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ । ଏହା ପରେ ସେଠାରୁ ଯାଇ ସଂଧ୍ୟା ୬.୩୦ ମିନିଟ ସମୟରେ ମରସୁଆଁ ଗ୍ରାମ ପଞ୍ଚାୟତ ଖେଳ ପଡିଆ ଠାରେ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ରେ ଯୋଗ ଦେବେ । ଶୁକ୍ରବାର ଭୁବନେଶ୍ୱର ଫେରିବାର କାର୍ୟ୍ୟକ୍ରମ ରହିଛି ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ