ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି

ପୁରୀ: ଗୋଟିଏ ଦିନର ବିରତି ପରେ ଆଜିଠୁ ପୁଣି ଆରମ୍ଭ ହୋଇଛି ରତ୍ନଭଣ୍ଡାର ମରାମତି କାମ। ବୁଧବାର ମହାପ୍ରଭୁଙ୍କର ଦିବା ପହୁଡ ନୀତି ପାଇଁ ମରାମତି କାର୍ୟ୍ୟ ବନ୍ଦ ରହିଥିଲା। ତେବେ ମଙ୍ଗଳବାରୁ ଶ୍ରୀମନ୍ଦିର ମରାମତି କାମ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଭିତର ଭଣ୍ଡାର ଲୁହା ଭାରା ବନ୍ଧା ଶେଷ ହୋଇଛି। ଏଏସ୍‌ଆଇ ଅଧିକାରୀ ପରୀକ୍ଷାମୂଳକ ଭାବେ ଗୋଟିଏ ପାର୍ଶ୍ୱର କିଛି ଅଂଶରେ ଚୂନ ଛଡ଼ାଇଛନ୍ତି । ପରେ ସମସ୍ତ ଚୂନ ପ୍ଲାଷ୍ଟର ହଟାଯାଇ ସେଠାରେ ନୀଳଗିରିରୁ ଆସୁଥିବା ଉନ୍ନତମାନର ପଥର ଲଗାଯାଇ ମରାମତି କରାଯିବ। ପ୍ରାୟ ୧୫ରୁ ୨୦ କୁଶଳୀ ଶ୍ରମିକଙ୍କୁ ରତ୍ନଭଣ୍ଡାର ମରାମତି କାର୍ୟ୍ୟରେ ନିୟୋଜିତ କରାଯାଇଥିବା ସୂଚନା ମିଳିଛି। ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ରତ୍ନଭଣ୍ଡାର ମରାମତି କାର୍ୟ୍ୟ କରାଯିବା ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ଶ୍ରଦ୍ଧାଳୁଙ୍କ ଦର୍ଶନରେ ଯେଭଳି କୌଣସି ବ୍ୟାଘାତ ସୃଷ୍ଟି ନହୁଏ ସେଥିପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ରତ୍ନଭଣ୍ଡାର ମରାମତି କାର୍ୟ୍ୟ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ନିର୍ଦ୍ଧାରିତ ସମୟ ଅନୁସାରେ କରାଯାଉଛି । ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ପ୍ରତ୍ୟେକ ଦିନ ମଧ୍ୟାହ୍ନ ୧ଟା ପରଠାରୁ ସନ୍ଧ୍ୟା ୬ଟା ଯାଏଁ ପ୍ରାୟ ପାଞ୍ଚଘଣ୍ଟା ପର୍ୟ୍ୟନ୍ତ ମରାମତି କାର୍ୟ୍ୟ କରାଯିବ। ରତ୍ନଭଣ୍ଡାର ଚଟାଣରେ ମୂଷା ଗାତ ଥିବାବେଳେ କାନ୍ଥରେ ଫାଟ ରହିଛି। କାନ୍ଥରୁ ପୁରୁଣା ପଥରଗୁଡ଼ିକ କଢ଼ାଯାଇ ନୂଆ ପଥର ଲଗାଯିବା ବ୍ୟବସ୍ଥା କରାଯାଇଛି। ରତ୍ନଭଣ୍ଡାର ଭିତରେ ଥିବା ପୁରୁଣା ଲୁହା ବିମ୍‌ ସ୍ଥାନାନ୍ତର କରାଯାଇ ନୂଆ ବିମ୍ ଲଗାଯିବ। ତିନିମାସ ମଧ୍ୟରେ ରତ୍ନଭଣ୍ଡାର ମରାମତି ଶେଷ ପାଇଁ ଏଏସ୍‌ଆଇ ଲକ୍ଷ୍ୟ ରଖିଛି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ