ଆଜିଠୁ ବିଧାୟକ, ସାଂସଦଙ୍କୁ ପ୍ରଶିକ୍ଷଣ ଦେବେ ନଡ୍ଡା

ଭୁବନେଶ୍ବର : ବିଜେପିର ସମସ୍ତ ବିଧାୟକ ଏବଂ ସାଂସଦଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ପ୍ରଶିକ୍ଷଣ ଦେବେ। ଏହି କାର୍ୟ୍ୟକ୍ରମ ଦୁଇଦିନ ଧରି ଚାଲିବ। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ପ୍ରଶିକ୍ଷଣ ଶିବିରକୁ ଆଜି ପୂର୍ବାହ୍ଣ ୧୦ଟାରେ ଶ୍ରୀ ନଡ୍ଡା ଉଦ୍‌ଘାଟନ କରିବା କାର୍ୟ୍ୟକ୍ରମ ରହିଛି। ବିଧାନସଭାରେ ନବାଗତ ବିଧାୟକମାନେ କିପରି ବିଭିନ୍ନ ପ୍ରସଙ୍ଗରେ ବକ୍ତବ୍ୟ ରଖିବେ ଏବଂ ବିରୋଧୀ ଦଳ ସଦସ୍ୟକୁ କିଭଳି ଭାବେ ମୁକାବିଲା କରିବେ ସେ ବିଷୟରେ ବିଧାୟକଙ୍କୁ ତାଲିମ ଦିଆଯିବ। ତୃଣମୂଳସ୍ତରରେ ବିଧାୟକମାନେ କିପରି ଜନସାଧାରଣଙ୍କ ପାଖରେ ସରକାରଙ୍କ ଲୋକାଭିମୁଖୀ ଯୋଜନାକୁ ପହଞ୍ଚାଇ ଲୋକପ୍ରିୟତା ହାସଲ କରିବେ ସେ ବିଷୟରେ ବିଧାୟକ ଏବଂ ସାଂସଦଙ୍କୁ ପ୍ରଶିକ୍ଷଣ ଦିଆଯିବ। ଆଗକୁ ପଞ୍ଚାୟତ ଏବଂ ପୌର ନିର୍ବାଚନ ଥିବାରୁ ଏଥିପାଇଁ ସଙ୍ଗଠନକୁ ଏବେଠାରୁ ମଜଭୁତ କରିବାକୁ ଦଳ ଗୁରୁତ୍ବ ଦେଉଛି। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ‘ବିଧାୟକ ଓ ସାଂସଦ ପ୍ରଶିକ୍ଷଣ’ କାର୍ୟ୍ୟକ୍ରମ ୧୩ ତାରିଖ ପର୍ୟ୍ୟନ୍ତ ଚାଲିବ। ଏଥିପାଇଁ ସମସ୍ତ ବିଧାୟକ ଏବଂ ସାଂସଦମାନେ ଶୁକ୍ରବାର ରାତି ୮ଟା ସୁଦ୍ଧା ପୁରୀରେ ପହଞ୍ଚିଛନ୍ତି। ଏହି ଶିବିରରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ପ୍ରଭାରୀ ବିଜୟପାଲ ସିଂହ ତୋମାର, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମ ଏବଂ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଅଂଶଗ୍ରହଣ କରିବେ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ତାଙ୍କୁ ସ୍ବାଗତ କରିଥିଲେ। ବିମାନ ବନ୍ଦରରୁ ସେ କିଛି ସମୟ ରାଜ୍ୟ ଅତିଥି ଭବନ ଯାଇଥିଲେ। ସେଠାରୁ ସେ କଟକ ଯାଇ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିଥିଲେ।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ