ଆଜିଠୁ ମେ ୩୧ ପର୍ୟ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା

ପାରାଦୀପ : ଆଜିଠୁ ସମୁଦ୍ରରେ ମାଛଧରା ନିଷେଧ। ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଆଗମନକୁ ଦୃଷ୍ଟିରେ ରଖି ନଭେମ୍ବର ୧ ତାରିଖରୁ ମେ ୩୧ ପର୍ୟ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ସମୁଦ୍ର କୂଳ ଠାରୁ ୨୦ କିଲୋମିଟର ପର୍ୟ୍ୟନ୍ତ ମାଛ ଧରିବା ପାଇଁ ମନା କରାଯାଇଛି। ଋଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମଧ୍ୟ ମାଛଧରା ନିଷେଧ ରହିଛି। ଯନ୍ତ୍ରଚାଳିତ ବୋଟ୍ ଚଳାଚଳ ଉପରେ କଟକଣା ଲଗାଯାଇଛି।

ଏହି ସମୟରେ ଅଲିଭ୍‌ ରିଡ୍‌ଲେ କଇଁଛ ଅଣ୍ଡା ଦେବା ପାଇଁ ଅଷ୍ଟ୍ରେଲିଆ, ଶ୍ରୀଲଙ୍କା, ମାଳଦ୍ୱୀପ, ଭିଏତ୍‌ନାମ୍‌, ଇଣ୍ଡୋନେସିଆ ଆଦି ଦେଶରୁ ସମୁଦ୍ର ପଥ ଦେଇ ଆସିଥାନ୍ତି । ବିରଳ ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ଓ ବଂଶ ବୃଦ୍ଧି ପାଇଁ ସମୁଦ୍ରରେ ମାଛଧରା ଉପରେ ଏହି କଟକଣା ଜାରି କରାଯାଇଛି । କଇଁଛଙ୍କ ଏହି ଅଣ୍ଡାଦାନ ଋତୁରେ ଧାମରା ମୁହାଣରୁ ଗହୀରମଥା, ଦେବୀ ମୁହାଣ (କେଲୁଣି ମୁହାଣରୁ ନୂଆ ଦେବୀ ନାସି) ଓ ଋଷିକୂଲ୍ୟା ମୁହାଣ ସମୁଦ୍ରରେ ମତ୍ସ୍ୟଜୀବୀଙ୍କୁ ମାଛ ନ ଧରିବାକୁ ରାଜ୍ୟ ମତ୍ସ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। କଟକଣା ସମୟରେ ଯନ୍ତ୍ର ଚାଳିତ ଡଙ୍ଗା ଓ ଟ୍ରଲର ସମୁଦ୍ର ମଧ୍ୟରେ କୂଳ ଠାରୁ ୨୦ କିମି ଭିତରେ ମାଛ ଧରି ପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସାମୁଦ୍ରିକ ମତ୍ସ୍ୟ ବିଭାଗ ଦ୍ୱାରା ପଞ୍ଜିକୃତ ସମସ୍ତ ଯନ୍ତ୍ର ଚାଳିତ ଡଙ୍ଗା ଓ ଟ୍ରଲରକୁ ଏହି ସମୟ ମଧ୍ୟରେ ସମୁଦ୍ରରେ ମାଛ ଧରିବାକୁ ବାରଣ କରାଯାଇଛି। ପାରାଦୀପ ମାଛଧରା ବନ୍ଦର ଅଞ୍ଚଳରେ ୫୫୬ ଟ୍ରଲର ଓ ୧୪୫ ଯାନ୍ତ୍ରିକ ଡ଼ଙ୍ଗା ରହିଛି । ଏହି ନିଷେଧାଦେଶ ଦ୍ୱାରା ଜୀବିକା ନିର୍ବାହ କରୁଥିବା ପାରାଦୀପର ୫୦ ହଜାର ମତ୍ସ୍ୟଜୀବୀ ପ୍ରଭାବିତ ହେବେ।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ