ଆଜିଠୁ ରାଜ୍ୟରୁ ଫେରିବ ମୌସୁମୀ

ଭୁବନେଶ୍ବର: ଆଜିଠୁ ରାଜ୍ୟରୁ ଫେରିବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା କହିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ ।ରାଜ୍ୟରୁ ବିଦାୟ ନେବ ମୌସୁମୀ । ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ଫେରିଯିବ ଅର୍ଥାତ ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି । ରାଜ୍ୟର କିଛି କିଛି ସ୍ଥାନରୁ ମୌସୁମୀ ବାୟୁ ବିଦାୟ ପ୍ରକ୍ରିୟା ଆରମ୍ଭ ହେବ । ଏପଟେ ରାଜ୍ୟରେ ଆଗାମୀ ୨ ଦିନ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।
ସୋମବାର ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ ଓ ମାଲକାନଗିରିରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ,କନ୍ଧମାଳ, ନୟାଗଡ଼ ଖୋର୍ଦ୍ଧା, ପୁରୀ ଓ ରାୟଗଡ଼ା, କୋରାପୁଟରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।ମଙ୍ଗଳବାର କିଛି ସ୍ଥାନରେ ବର୍ଷା ହୋଇପାରେ । ସେ ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ