ଆଜିଠୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା

ଭୁବନେଶ୍ୱର : ତାତିରେ ଲାଗିବ ବ୍ରେକ । ଆଜିଠୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବ। ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଝଡ଼ ବର୍ଷା ଆଶଙ୍କା ଅଛି। ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ବର୍ଷା ଯୋଗୁ ତାତିରେ ସାମୟିକ ବିରତି ଲାଗିପାରେ । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି ।

ରବିବାର ମୟୂରଭଞ୍ଜ, ବାଲେଶ୍ୱର,କେନ୍ଦୁଝର, କୋରାପୁଟ ଓ ଗଞ୍ଜାମରେ କୁଆପଥର ବର୍ଷା ଓ ଘଡ଼ଘଡ଼ି ସହ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରିରେ ବର୍ଷା ଓ ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି। ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅନ୍ୟ ଅଞ୍ଚଳରେ ବି କାଳବୈଶାଖୀ ବର୍ଷା ହୋଇପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୮ ତାରିଖ (ସୋମବାର) ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ସ୍ଥାନରେ କୁଆପଥର ସହିତ ପ୍ରବଳ ବର୍ଷା ହୋଇପାରେ । ଏହି ୩ ଜିଲ୍ଲାରେ ବର୍ଷା ସହିତ ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କେନ୍ଦୁଝର ଓ ଜଗତ୍‌ସିଂହପୁରରେ ଘଡ଼ଘଡି ସହିତ ପ୍ରବଳ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।

୨୯ ଓ ୩୦ ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ୧ ଓ ୨ ତାରିଖରେ ମଧ୍ୟ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ଦୁଇ ଦିନ ପରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୨ରୁ ୫ ଡିଗ୍ରୀ ଯାଏ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ରବିବାର ଅପରାହ୍ନରେ କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ ଓ ଅନୁଗୁଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି । ଝାରସୁଗୁଡ଼ାର ଦିନ ତାପମାତ୍ରା ସବୁଠୁ ଅଧିକ ୪୪.୭ ଡିଗ୍ରୀ ସେଲସିୟସ୍‌ ଥିଲା । ବୌଦ୍ଧରେ ୪୪.୫, ସମ୍ବଲପୁରରେ ୪୩, ବଲାଙ୍ଗୀର ଓ ସୋନପୁରରେ ୪୨.୨, ରାଉରରେଲାରେ ୪୨.୧, ସୁନ୍ଦରଗଡ଼ ଓ ଟିଟିଲାଗଡ଼ରେ ୪୨ ଡିଗ୍ରୀ, ହୀରାକୁଦରେ ୪୧.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ