ଆଜିଠୁ ରାଜ୍ୟରେ ଖୋଲିଲା ସ୍କୁଲ

ଭୁବନେଶ୍ୱର: ସରିଲା ଗ୍ରୀଷ୍ମ ଛୁଟି, ଆଜିଠୁ ରାଜ୍ୟରେ ଖୋଲିଛି ସ୍କୁଲ । ଗଣଶିକ୍ଷା ବିଭାଗ ଅଧୀନ ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ହଷ୍ଟେଲ ଆଜିଠାରୁ ଖୋଲିବାକୁ ଯାଉଛି । ତେବେ ଝାଡ଼ାବାନ୍ତି ବ୍ୟାପିଥିବାରୁ ଯାଜପୁର, ଭଦ୍ରକ ପରି ଜିଲ୍ଲାରେ ସ୍କୁଲ ଖୋଲିବା ତାରିଖ କୁ ଘୁଞ୍ଚାଇ ଦିଆଯାଇଛି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ବର ଓ କଟକ ସହରରେ ଥିବା ସରକାରୀ, ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ଗୁଡ଼ିକ ଗୋଟିଏ ଦିନ ପାଇଁ ଛୁଟି ଘୋଷଣା ହୋଇଛି । ୨୧ ତାରିଖ ଏହି ଦୁଇ ସହରର ବିଦ୍ୟାଳୟ ଖୋଲିବ ।
ହଇଜା, ଝାଡ଼ାବାନ୍ତି ପରି ଜଳବାହିତ ରୋଗ ବ୍ୟାପୁଥିବାରୁ ପିଲାଙ୍କ ସୁରକ୍ଷା ଦିଗରେ ପଦକ୍ଷେପ ନେବାକୁ କୁହାଯାଇଛି । ପିଇବା ପାଣି ଝାଡ଼ାବାନ୍ତିର ପ୍ରମୁଖ କାରଣ ହୋଇଥିବାରୁ ଅନେକ ସ୍ଥାନରେ ଜଳ ବିଶୋଧନ ଓ ସଫେଇ କାମକୁ ଗୁରୁତ୍ବ ଦିଆଯାଇଛି । ସ୍କୁଲ ଖୋଲିଲେ ପିଲାମାନେ ମଧ୍ୟାହ୍ନ ଭୋଜନ ଖାଇବେ ଓ ପାନୀୟଜଳ ପିଇବେ, ସେ ନେଇ ଗାଇଡଲାଇନ ରେ ସ୍ପଷ୍ଟ ଭାବେ ଦର୍ଶାଯାଇଛି ।ମଧ୍ୟାହ୍ନ ଭୋଜନରେ ଗରମ ଖାଦ୍ୟ ସହ ଫୁଟା ପାଣି ଦିଆଯିବ । ହଷ୍ଟେଲରେ ମଧ୍ୟ ସମାନ ବ୍ୟବସ୍ଥା ଲାଗୁ ହେବ । ସ୍କୁଲ ପରିବେଶ ସହ ପାଣି ଟାଙ୍କି ସଫା କରିବା ଉପରେ ବିଭାଗ ଗୁରୁତ୍ବ ଦେଇଛି । ବିଦ୍ୟାଳୟ ଖୋଲିବା ପରେ ଅଭିଭାବକ ସ୍କୁଲ ପରିବେଶ ଓ ମଧ୍ୟାହ୍ନ ଭୋଜନ ଯାଞ୍ଚ କରିପାରିବେ । ଝାଡ଼ାବାନ୍ତି ବ୍ୟାପୁଥିବାରୁ ସ୍ଥିତି ବିଗିଡ଼ିଲେ ଜିଲ୍ଲାପାଳ ମାନେ ଶିକ୍ଷାନୁଷ୍ଠାନ ବନ୍ଦ ସମ୍ପର୍କରେ ନିଷ୍ପତ୍ତି ନେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

  • Related Posts

    ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି

    ଭୁବନେଶ୍ବର: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।…

    Continue reading
    କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ମାଲକାନଗିରିରୁ ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

    ମାଲକାନଗିରି,02/09: ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି

    କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ମାଲକାନଗିରିରୁ ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

    ବିହାର ଏସଆଇଆର: ସେପ୍ଟେମ୍ବର ୧ ପରେ ଅଭିଯୋଗ ଗ୍ରହଣ କରିବାକୁ ଇସିଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

    ଭୁବନେଶ୍ବର, ପୁରୀ, କଟକ ଓ ପାରାଦ୍ବୀପକୁ ସଂଯୋଗ କରିବ ରାଜ୍ୟର ପ୍ରଥମ କ୍ବାଡ୍ ସିଟି କାର୍ଯ୍ୟକ୍ରମ

    ଦଳୀୟ ଭିତ୍ତିରେ ହୋଇଛି NAC ଚୟନ:ବିଜେଡି

    ଦଳୀୟ ଭିତ୍ତିରେ ହୋଇଛି NAC ଚୟନ:ବିଜେଡି

    ଇଗ୍ନୋର ନାମଲେଖା ଅବଧି ସେପ୍ଟେମ୍ବର ୧୫କୁ ବଢିଲା

    ଇଗ୍ନୋର ନାମଲେଖା ଅବଧି ସେପ୍ଟେମ୍ବର ୧୫କୁ ବଢିଲା