ଆଜିଠୁ ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର : ଶୁକ୍ରବାରଠାରୁ ରାଜ୍ୟରେ ବଢ଼ିବ ଶୀତ । କମିବ ରାତି ତାପମାତ୍ରା । ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ରହିବ । ମାତ୍ର ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ସ୍ୱାଭାବିକଠୁ ବି କମ୍‌ ରହିବ । ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ୟ୍ୟନ୍ତ କମିବ ସର୍ବନିମ୍ନ ତାପମାତ୍ରା । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ରାତି ବେଳେ ସର୍ବନିମ୍ନ ତାପମାତ୍ରା ୧୮ରୁ ୨୦ ଡିଗ୍ରୀ ସେଲସିୟସକୁ ଖସିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳକୁ ଲାଗିଥିବା ଜିଲ୍ଲାଗୁଡ଼ିକର ସର୍ବନିମ୍ନ ତାପମାତ୍ରା ୧୨ରୁ ୧୬ ଡିଗ୍ରୀ ସେଲସିୟସ୍‌ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଦିନବେଳେ ଖରା ପାଗ ରହିବ । ରାତିବେଳକୁ ତାପମାତ୍ରା ପାଖାପାଖି ୧ ଡିଗ୍ରୀ ସେଲସିୟସ କମିବ । ରାଜ୍ୟରେ ଶୀତ ସାମାନ୍ୟ ବଢ଼ିବ । ଉତ୍ତର ଓ ଉତ୍ତର- ପଶ୍ଚିମ ଦିଗରୁ ପବନ ବୋହିବ । ସମୁଦ୍ର କୂଳରୁ ପବନ ବୋହିବା କମିବ । ଆସନ୍ତା ୧୯ରୁ ୨୦ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ରହିବ ବୋଲି ଡ. ସାହୁ ଆକଳନ କରିଛନ୍ତି ।

  • Related Posts

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ଭୁବନେଶ୍ୱର,୧୨।୮: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର…

    Continue reading
    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ଭୁବନେଶ୍ୱର-୧୨/୦୮: ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରାଜ୍ୟରେ ନବୀକରଣୀୟ ଶକ୍ତି ଉତ୍ପାଦନ ଏବଂ ସଂରକ୍ଷଣ, ବିଶେଷକରି ବ୍ୟାଟେରୀ ଶକ୍ତି ସଂରକ୍ଷଣ ପ୍ରଣାଳୀ ଉପରେ ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଷ୍ଟ୍ରିଟ୍ ଲାଇଟ୍ ବିଷୟରେ ମଧ୍ୟ ଆଲୋଚନା କରାଯାଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ