ଆଜିଠୁ ସଂସଦର ମୌସୁମି ଅଧିବେଶନ

ନୂଆଦିଲ୍ଲୀ : ସୋମବାର ଠାରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ କାଳରେ ସରକାର ଏକାଧିକ ବିଲ୍ ଆଗତ କରିବାକୁ ତାଲିକାଭୁକ୍ତ କରିଛନ୍ତି। ସେହିପରି ବିରୋଧୀ ଦଳଗୁଡ଼ିକ ମଧ୍ୟ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି। ଏହି ଅଧିବେଶନରେ ସରକାର ୭ଟି ଗୁରୁତ୍ୱପୂର୍ଣ୍ଣ ବିଲ୍ ଆଗତ କରିବାକୁ ଯୋଜନା କରିଛନ୍ତି। ଏଥିମଧ୍ୟରୁ ୫ଟି ନୂଆ ବିଲ୍ ଓ ୨ଟି ପୁରୁଣା ବିଲ୍। ସଂସଦରେ ଆଗତ ନିମନ୍ତେ ତାଲିକାଭୁକ୍ତ ବିଲ୍‌ ଗୁଡିକ ହେଲା ଆୟକର (ସଂଶୋଧନ) ବିଲ୍, ସୁପ୍ରିମକୋର୍ଟ (ବିଚାରପତିଙ୍କ ସଂଖ୍ୟା)
ସଂଶୋଧନ ବିଲ, ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ବିଲ୍, ଜାତୀୟ ସମ୍ମାନର ଅପମାନ ପ୍ରତିରୋଧ (ସଂଶୋଧନ) ବିଲ୍, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମଏସ୍‌ଏମଇ) ବିକାଶ (ସଂଶୋଧନ) ବିଲ୍ ଓ ବୈଦେଶିକ ସହାୟତା (ନିୟନ୍ତ୍ରଣ) ସଂଶୋଧନ (ଏଫସିଆରଏ) ବିଲ୍। ବିକଶିତ ଭାରତ ଶିକ୍ଷା ଅଭିସ୍ଥାନ ବିଲ୍, ୨୦୨୫ ଯାହାକୁ ଯାଞ୍ଚ ପାଇଁ ଯୁଗ୍ମ ସଂସଦୀୟ କମିଟି ପାଖକୁ ପଠାଯାଇଥିଲା ତାକୁ ଏଥର ଆଗତ କରାଯିବ ନାହିଁ। ସଂସଦ ଅଧିବେଶନ ପୂର୍ବରୁ ରବିବାର ସରକାରଙ୍କ ପକ୍ଷରୁ ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଅନ୍ୟପଟେ ବିରୋଧୀ ଦଳ ନିଟ୍ ପ୍ରଶ୍ନପତ୍ର ଲିକ୍, ବେକାରୀ, ମୁଦ୍ରାସ୍ଫୀତି ଓ ଅନ୍ୟାନ୍ୟ ଜାତୀୟ ପ୍ରସଙ୍ଗରେ ସରକାରଙ୍କୁ ଜବାବ ମାଗିବା ପାଇଁ ସୋମବାର ସକାଳେ ଏକ ମିଳିତ ବୈଠକ କରି ନିଜର ରଣନୀତି ସ୍ଥିର କରିବେ। ଏଣୁ ଏହି ଅଧିବେଶନ ବେଶ୍ ସରଗରମ ହେବାର ସମ୍ଭାବନା ରହିଛି।

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ