ଆଜିଠୁ ୩ ଦିନ ଝଡ଼ ବର୍ଷା

ଭୁବନେଶ୍ୱର: ଆସନ୍ତା ତିନି ଦିନ ରାଜ୍ୟରେ ଝଡ଼ ବର୍ଷା ହୋଇପାରେ । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି । ସୋମବାର ଯାଏ ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।ଉତ୍ତର ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ତେବେ କାଳବୈଶାଖୀ ପ୍ରଭାବରେ ୯ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଶନିବାର ଓ ରବିବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ସୁନ୍ଦରଗଡ଼ରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି । ଏହି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏ ସବୁ ସ୍ଥାନରେ ପବନର ଝଟ୍କା ୪୦ରୁ ୫୦ କିମି ରହିବ । ସେହିଭଳି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡିରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି ।
ସେହିଭଳି ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶନିବାର କିଛି ସ୍ଥାନରେ ଅପରାହ୍ନରେ ବର୍ଷା ଆଶଙ୍କା ଥିଲେ ବି ଦିନରେ ପ୍ରବଳ ତାତି ଅନୁଭୂତ ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସହ୍ୟ ଗରମ ଓ ଗୁଳୁଗୁଳି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ