ଆଜିବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ୟ୍ୟ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଭିତର ଭଣ୍ଡାର ଲୁହା ଭାରା ବନ୍ଧା ଶେଷ ହୋଇଛି। ଆଜି ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ରହିଥିବାରୁ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ। ଗୁରୁବାରଠାରୁ ପୁନର୍ବାର କାର୍ୟ୍ୟ ଆରମ୍ଭ ହେବ। ଏଏସ୍‌ଆଇ ସୂଚନା ମୁତାବକ, ପ୍ରାଥମିକ ପର୍ୟ୍ୟାୟରେ ଚୂନ ପ୍ଲାଷ୍ଟର ହଟାଯିବ। ପରେ ଫାଟ ଥିବା ପଥରଗୁଡ଼ିକ ହଟାଯାଇ ସେଠାରେ ନୀଳଗିରିରୁ ଆସୁଥିବା ଉନ୍ନତମାନର ପଥର ଲଗାଯାଇ ମରାମତି କରାଯିବ। ପ୍ରାୟ ୧୫ରୁ ୨୦ କୁଶଳୀ ଶ୍ରମିକଙ୍କୁ ରତ୍ନଭଣ୍ଡାର ମରାମତି କାର୍ୟ୍ୟରେ ନିୟୋଜିତ କରାଯାଇଥିବା ସୂଚନା ମିଳିଛି। ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ରତ୍ନଭଣ୍ଡାର ମରାମତି କାର୍ୟ୍ୟ କରାଯିବା ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ଶ୍ରଦ୍ଧାଳୁଙ୍କ ଦର୍ଶନରେ ଯେଭଳି କୌଣସି ବ୍ୟାଘାତ ସୃଷ୍ଟି ନହୁଏ ସେଥିପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ରତ୍ନଭଣ୍ଡାର ମରାମତି କାର୍ୟ୍ୟ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ନିର୍ଦ୍ଧାରିତ ସମୟ ଅନୁସାରେ କରାଯିବ। ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ପ୍ରତ୍ୟେକ ଦିନ ମଧ୍ୟାହ୍ନ ୧ଟା ପରଠାରୁ ସନ୍ଧ୍ୟା ୬ଟା ଯାଏଁ ପ୍ରାୟ ପାଞ୍ଚଘଣ୍ଟା ପର୍ୟ୍ୟନ୍ତ ମରାମତି କାର୍ୟ୍ୟ କରାଯିବ। ରତ୍ନଭଣ୍ଡାର ଚଟାଣରେ ମୂଷା ଗାତ ଥିବାବେଳେ କାନ୍ଥରେ ଫାଟ ରହିଛି। କାନ୍ଥରୁ ପୁରୁଣା ପଥରଗୁଡ଼ିକ କଢ଼ାଯାଇ ନୂଆ ପଥର ଲଗାଯିବା ବ୍ୟବସ୍ଥା କରାଯାଇଛି। ରତ୍ନଭଣ୍ଡାର ଭିତରେ ଥିବା ପୁରୁଣା ଲୁହା ବିମ୍‌ ସ୍ଥାନାନ୍ତର କରାଯାଇ ନୂଆ ବିମ୍ ଲଗାଯିବ। ତିନିମାସ ମଧ୍ୟରେ ରତ୍ନଭଣ୍ଡାର ମରାମତି ଶେଷ ପାଇଁ ଏଏସ୍‌ଆଇ ଲକ୍ଷ୍ୟ ରଖିଛି। ଅଧିକ ମାନବସମ୍ବଳ ଲଗାଯାଇ ଶୀଘ୍ର ମରାମତି କାର୍ୟ୍ୟ ଶେଷ କରାଯିବ ବୋଲି ଏଏସ୍‌ଆଇ ଅଧିକାରୀ ଡି.ବି. ଗଡ଼ନାୟକ ସୂଚନା ଦେଇଛନ୍ତି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ