ଆଜି ଅନୁଷ୍ଠିତ ହେବ ଅଧରପଣା ନୀତି

ପୁରୀ: ବଡଦାଣ୍ଡରେ ମାନବୀୟ ଲୀଳାଖେଳା କରୁଛନ୍ତି ମହାପ୍ରଭୁ ଜଗନ୍ନାଥ । ରଥାରୂଢ ପ୍ରଭୁଙ୍କ ସୁନାବେଶ ସରିବା ପରେ ଆଜି ଅନୁଷ୍ଠିତ ହେବ ଅଧରପଣା ନୀତି । ସନ୍ଧ୍ୟାରେ ରଥ ଉପରେ ଶ୍ରୀଜିଉଙ୍କ ଠାରେ ଅଧରପଣା ଲାଗି ହେବ । ତିନି ରଥରେ ଶ୍ରୀବିଗ୍ରହମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ସର, କଦଳୀ, ଛେନା, ଗୋଲମରିଚ, କର୍ପୁର, ଜାଇଫଳ ଆଦି ଦ୍ରବ୍ୟ ପଡି ପଣା ପ୍ରସ୍ତୁତ ହୋଇଥାଏ । ୯ଟି ହାଣ୍ଡିରେ ପଣା କରାଯାଇ ହାଣ୍ଡିକୁ ସାମଗ୍ରୀରେ ପ୍ରସ୍ତୁତ ୯ଟି ଅଧର ହାଣ୍ଡିକୁ ରଥରେ ଥିବା ପାର୍ଶ୍ବ ଦେବଦେବୀ ଓ ଅଶରିରୀଙ୍କ ତୃପ୍ତି ଉଦ୍ଦେଶ୍ୟରେ ଭଙ୍ଗାଯାଇଥାଏ ।ଓଡ଼ିଆ ଜାତିର ଆରାଧ୍ୟ ଦେବତା ହେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ଯାହାଙ୍କର ଅଧର ମଧୁର, ବଚନ ମଧୁର ଓ ରୂପ ବି ମଧୁର । ତାଙ୍କର ଚକା ଆଖି ପାଇଁ ଅନୁଷ୍ଠିତ ହୁଏ ନେତ୍ରୋତ୍ସବ ଆଉ ନାଲି ଓଠ ପାଇଁ ଅନୁଷ୍ଠିତ ହୁଏ ଅଧରପଣା । ସୁନାବେଶ ପରଦିନ ସିଂହଦ୍ବାରରେ ରଥ ଉପରେ ଏହି ଅଧରପଣା ନୀତି ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ଅଧର ସମାନ ଲାଉ ତୁମ୍ଭ ଭଳି ସ୍ଵତନ୍ତ୍ର ଶୈଳୀରେ ନିର୍ମିତ ମାଟି ହାଣ୍ଡିରେ ସ୍ୱତନ୍ତ୍ର ପଣା ଭୋଗ ହେଉଥିବା ହେତୁ ଏହି ନୀତିକୁ ଅଧରପଣା ନୀତି କୁହାଯାଏ ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ