ଆଜି ଅପରାହ୍ନ ୧ ଟା ରୁ ଠାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ରୁକ୍ମିଣୀ ହରଣ ଏକାଦଶୀ। ଗତକାଲି ରାଜେନ୍ଦ୍ରାଭିଷେକ ପରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିବାହ ଉତ୍ସବ।‌ ଶ୍ରୀମନ୍ଦିରରେ ଅପରାହ୍ନ ୧ ଟା ରୁ ଠାରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି ପାଇଁ ବନ୍ଦ ରହିବ ଦର୍ଶନ। ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥି ଅବସରରେ ଏହି ନୀତି ଅନୁଷ୍ଠିତ ହେବ।
ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସକାଳ ଧୂପ ପୂଜା ବସିବା ସମୟରେ ଦକ୍ଷିଣୀ ଘରେ ମଦନ ମୋହନଙ୍କ ବେଶ ହେବ।‌ ଏହାପରେ ମଦନମୋହନ ରତ୍ନ ସିଂହାସନକୁ ବିଜେ ହେବେ। ଭୋଗ ମଣ୍ଡପ ଶେଷ ପରେ ମଦନମୋହନ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଜୟବିଜୟ ଦ୍ୱାରକୁ ବିଜେ କରିବେ‌। ସକାଳ ଧୂପ ପୂଜା ବଢିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀ ରୁକ୍ମିଣୀଙ୍କୁ ଦେବା ପରେ ମହାଜନ ସେବକ ରୁକ୍ମିଣୀଙ୍କୁ ସାତ ପାହାଚରେ ଥିବା ପାଲିଙ୍କିରେ ବିଜେ କରାଇବେ। ପରେ ବିମାନବଡୁ ସେବକ ପାଲିଙ୍କିକୁ ମହାଲକ୍ଷ୍ମୀ ମନ୍ଦିରକୁ ବିଜେ କରାଇ ଅନ୍ୟାନ୍ୟ ନୀତି ବଢିବା ପରେ ବେଶ ସମ୍ପର୍ଣ୍ଣ ହେବ।‌ ପୁନର୍ବାର ଅନ୍ୟାନ୍ୟ ନୀତି ବଢ଼ି ଶ୍ରୀବିଗ୍ରହ ମାନଙ୍କ ମହାସ୍ନାନ ହୋଇ ନୂଆ ଲୁଗା ଲାଗି କରାଯିବ। ସନ୍ଧ୍ୟାଧୂପ ନୀତି ବଢ଼ି ସାରିବା ପରେ ମହାପ୍ରଭୁଙ୍କର ବିବାହ ଉତ୍ସବ ଅନୁଷ୍ଠିତ ହେବ।

  • Garvita Odia

    Related Posts

    ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

    ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୭ ନୂଆ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବାବେଳେ ୩୩…

    ୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ

    କଟକ: କଟକ ଶୈଳବାଳା ମହିଳା ମହାବିଦ୍ୟାଳୟରେ ଅଘଟଣ । ମହିଳା ମହାବିଦ୍ୟାଳୟର ନୂଆ କୋଠା କାମ ଚାଲିଥିବାବେଳେ କୋଠାରୁ ପଡ଼ି ଜଣେ ଶ୍ରମିକଙ୍କ ମୃତ୍ୟ ହୋଇଛି। ନିର୍ମାଣାଧୀନ କୋଠାର ଛଅ ମହଲାର ଛାତ କାମ ଚାଲୁଥିବା ବେଳେ ତଳକୁ ପଡ଼ି ଠିକା…

    Leave a Reply

    Your email address will not be published. Required fields are marked *

    You Missed

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ମୁଖ୍ୟମନ୍ତ୍ରୀଙ୍କଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

    ମୁଖ୍ୟମନ୍ତ୍ରୀଙ୍କଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

    ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

    ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

    ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ

    ଯୁବକଙ୍କ ଝୁଲନ୍ତା  ମୃତଦେହ ଠାବ

    ୭୬ ସହରାଞ୍ଚଳ ଗରିବଙ୍କୁ ମିଳିବ ୫୩୨୮ ଘର

    ୭୬ ସହରାଞ୍ଚଳ ଗରିବଙ୍କୁ ମିଳିବ ୫୩୨୮ ଘର

    ୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ

    ୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ