ଆଜି ଅବପାତରେ ପରିଣତ ହେବ ଲଘୁଚାପ

ଭୁବନେଶ୍ବର: ଆଜି ଅବପାତରେ ପରିଣତ ହେବ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଅପରାହ୍ଣ ସମୟରେ ଅବପାତର ରୂପ ନେବା ପରେ ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଇବ ସହ ଅଧିକ ଘନୀଭୂତ ହେବ । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ । ତେବେ ଆସନ୍ତା ୨୬ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି ।
ବୁଧବାର ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି,କୋରାପୁଟ,ରାୟଗଡ଼ା,ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।
ଆସନ୍ତାକାଲି ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର । ଏସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ଆସନ୍ତା ୨୪ ଅକ୍ଟୋବରରେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଘଡଘଡି ସହ ବର୍ଷା ହେବ, ପବନ ୩୦ରୁ ୪୦ କିମି ବେଗରେ ବହିବାର ସମ୍ଭାବନା ରହିଛି । ଜିଲ୍ଲା ଗୁଡିକ ହେଲା- ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ଓ ବାଲେଶ୍ବର ।
ଆସନ୍ତା ୨୫ ଅକ୍ଟୋବରରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡିକ ହେଲା- ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସମ୍ବଲପୁର, ସୁନ୍ଦରଗଡ,ଝାରସୁଗୁଡା, ବରଗଡ ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ