ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନ ୫ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ସେଠାରୁ ସିଧାସଳଖ ଚନ୍ଦ୍ରଶେଖରପୁର ସ୍ଥିତ ନୀଳାଦ୍ରି ବିହାର ଗସ୍ତ କରି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବାର କାର୍ୟ୍ୟକ୍ରମ ରହିଛି।

ଏହାପରେ ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବାର କାର୍ୟ୍ୟକ୍ରମ ରହିଛି। ସକାଳ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ। ପରେ ସେଠାରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ। ଅପରାହ୍ନ ୩ଟା ୫୫ମିନିଟରେ ପୁରୀ ବ୍ଲୁ-ଫ୍ଲାଗ ବେଳାଭୂମିରେ ଆୟୋଜିତ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ। ଡିସେମ୍ବର ୫ତାରିଖରେ ଓୟୁଏଟିର ୪୦ତମ ସମାବର୍ତ୍ତନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ସେହିଦିନ ଭୁବନେଶ୍ୱରର ନ୍ୟାୟିକ କୋର୍ଟର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ । ଡିସେମ୍ବର ୬ରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ଉପରବେଡ଼ାଠାରେ ଛାତ୍ରଛାତ୍ରୀ ଓ ଗାଁ ଲୋକମାନଙ୍କ ସହ ମତବିନିୟମ କରିବେ । ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା କଲେଜର ଛାତ୍ରଛାତ୍ରୀ ଓ ଅଧ୍ୟାପିକମାନଙ୍କ ସହ କଥା ହେବେ ।

୭ତାରିଖରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ ଓ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳଲାଇନ୍‌, ରାଇରଙ୍ଗପୁର ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ଦାଣ୍ଡବୋଷ ବିମାନ ବନ୍ଦର ଓ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ