ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଭୁବନେଶ୍ୱରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କାର୍ୟ୍ୟକ୍ରମ ରହିଛି । ଆସନ୍ତାକାଲି ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କରିବେ।

ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।

୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲ୍ଲାର ଟିମାସମୁଦ୍ରମ ଗାଁରେ ଜନ୍ମିତ କମ୍ଭାମପତି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଣ୍ଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ୟୁନିଭରସିଟି ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ୟ୍ୟ କରିଥିଲେ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ