ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଓଡିଶାରେ ମୋହନ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ମୟୂରଭଞ୍ଜ ଦାଣ୍ଡବୋଷରେ ଆୟୋଜିତ ସାଧାରଣ ସଭାକୁ ସମ୍ବୋଧିତ କରିବେ । ଏଥିସହ ରାଷ୍ଟ୍ରପତି ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ରହିବେ । ପ୍ରଧାନମନ୍ତ୍ରୀ ଶନିବାର ଦିନିକିିଆ ଓଡ଼ିଶା ଗସ୍ତରେ ଆସିବେ । ପଶ୍ଚିମବଙ୍ଗ କଲାଇକୁଣ୍ଡା ଏୟାରବେସ୍‌ରୁ ରାଷ୍ଟ୍ରପତି ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର ଯୋଗେ ଶୁକ୍ରବାର ଅପରାହ୍ଣ ୨ଟା ୪୫ରେ ମୟୂରଭଞ୍ଜ ଅଭିମୁଖେ ବାହାରିବେ । ମୟୂରଭଞ୍ଜ ଜିଲ୍ଲା ଦାଣ୍ଡବୋଷ ଏୟାରପୋର୍ଟରେ ଅପରାହ୍ଣ ୩ଟା ୧୫ରେ ପହଞ୍ଚିବେ । ସନ୍ଧ୍ୟାରେ ରାଇରଙ୍ଗପୁର ଉପଖଣ୍ଡ ସରକାରୀ ଚିକିତ୍ସାୟଳୟ ପରିସରରେ ଅନୁଷ୍ଠିତ ଏମ୍‌ସ ଦ୍ୱାରା ପରିଚାଳିତ ମେଗା ସ୍ୱାସ୍ଥ୍ୟ କ୍ୟାମ୍ପକୁ ଉଦଘାଟନ କରିବେ । ପରେ ସେଠାରୁ ସଡ଼କ ପଥରେ ରାଇରଙ୍ଗପୁରସ୍ଥିତ ନିଜ ଘରକୁ ଯିବେ । ସେଠାରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି ।
ପରଦିନ ଅର୍ଥାତ୍‌ ଶନିବାର ସକାଳ ୧୦ଟା ୨୦ରେ ରାଷ୍ଟ୍ରପତି ଦାଣ୍ଡବୋଷ ବିମାନବନ୍ଦରରୁ ହେଲିକପ୍ଟର (ଏମ୍‌ଆଇ-୧୭) ଯୋଗେ ଦିଘିବେଡ଼ା ହେଲିପ୍ୟାଡ୍‌ରେ ପହଞ୍ଚିବେ । ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ଣ ୧୧ଟା ସୁଦ୍ଧା ପାହାଡ଼ପୁରସ୍ଥିତ ଘରକୁ ଯିବେ । ଅନ୍ୟପଟେ ପ୍ରଧାନମନ୍ତ୍ରୀ ମୋଦି ଶନିବାର ମୟୂରଭଞ୍ଜରେ ପହଞ୍ଚିବେ । ପୂର୍ବାହ୍ନ ୧୧ଟା ୧୫ରେ ରାଷ୍ଟ୍ରପତିଙ୍କୁ ଭେଟିବେ ମୋଦି । ଉଭୟ ଏକ ଆବାସିକ ସ୍କୁଲ ଓ ସ୍କିଲ୍‌ ସେଣ୍ଟର ପରିଦର୍ଶନ କରିବେ । ଶିକ୍ଷା ଓ କୌଶଳ ବିକାଶ କ୍ଷେତ୍ରରେ ହୋଇଥିବା ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିବେ । ମଧ୍ୟାହ୍ନ ୧୨ଟା ୨୦ରେ ରାଷ୍ଟ୍ରପତି ଦିଘିବେଡ଼ାରୁ ହେଲିକପ୍ଟର ଯୋଗେ ଦାଣ୍ଡବୋଷ ବିମାନବନ୍ଦର ଯିବେ ।

ମଧ୍ୟାହ୍ନ ୧ଟାରେ ଦାଣ୍ଡବୋଷରେ ଆୟୋଜିତ ଓଡି଼ଶା ସରକାରଙ୍କ ୨ ବର୍ଷ ପୂର୍ତ୍ତି ନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହିବେ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ସଭାରେ ଉପସ୍ଥିତ ରହିବେ । ‘ବିକାଶର ଧାରା, ଓଡି଼ଶା ସାରା’ ନେଇ କ୍ଷୁଦ୍ର ସିନେମା ପ୍ରଦର୍ଶିତ ହେବ । ଏହି ସାଧାରଣ ସଭାରେ ରାଷ୍ଟ୍ରପତି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‌ଘାଟନ କରିବେ । ରେଲୱେ ପ୍ରକଳ୍ପ ସହ ଭାରତ କୋଲ୍‌ ଗ୍ୟାସିଫିକେସନ ଆଣ୍ଡ୍‌ କେମିକାଲ ଲିମିଟେଡ୍‌ (ବିସିଜିସିଏଲ୍‌)ର ନୂଆ ପ୍ରକଳ୍ପର ଶିଳାନ୍ୟାସ କରିବେ । ପରେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଓଡି଼ଶାବାସୀଙ୍କୁ ସମ୍ବୋଧନ କରିବେ । ପରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିଯିବେ ।

  • Related Posts

    ଶ୍ରୀମଦ୍ ଭାଗବତ ସପ୍ତାହ ଉଦଯାପିତ

    ନିମାପଡ଼ା: ନିମାପଡ଼ା ଏନଏସି ୯ ନଂ ୱାର୍ଡ ଅଣ୍ଢିଆସାହି ମା’ ଦକ୍ଷିଣେଶ୍ୱରୀଙ୍କ ପୀଠରେ ଶ୍ରୀମଦ୍ ଭାଗବତ ସପ୍ତାହ ଅନୁଷ୍ଠିତ ହୋଇଯାଇଛି । ଏହି ଧାର୍ମିକ ଉତ୍ସବକୁ ବାବାଜୀ ବୈକୁଣ୍ଠ ଦାସ ମହାରାଜ ଉଦ୍ଘାଟନ କରିଥିଲେ। ମା’ ଦକ୍ଷିଣେଶ୍ୱରୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ…

    Continue reading
    ତ୍ରିନାଥ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା

    ନିମାପଡ଼ା: ଏହି ବ୍ଲକ ଡେଣୁଅଁ ପଂଚାୟତ ଅନ୍ତର୍ଗତ ଆଳିପିଙ୍ଗଳ ଗ୍ରାମ ବାବା ବଟେଶ୍ଵର ଛକ ନିକଟରେ ତ୍ରିନାଥ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଘଣ୍ଟ,ହୁଳହୁଳି, ମନ୍ତ୍ର ଧ୍ବନିରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହେବା ସହ ଏକ ଭକ୍ତିମୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ