ଆଜି କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଝଡ଼ବର୍ଷା!

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ ହେବା ପରେ ପାଗ ବଦଳିବା ସହିତ ବର୍ଷା ପରିମାଣ ମଧ୍ୟ ହ୍ରାସ ପାଇଛି। ତେବେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ବୁଧବାରଠାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସମେତ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ଝଡ଼ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ପାଗରେ ପରିବର୍ତ୍ତନ ହେବା ସହିତ ତାପମାତ୍ରାରେ ମଧ୍ୟ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ମଙ୍ଗଳବାର ତାଳଚେରରେ ସର୍ବାଧିକ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ନୟାଗଡ଼ ଓ ପାରଳାଖେମୁଣ୍ଡିରେ ୩୪.୪, ଅନୁଗୋଳରେ ୩୩.୭, ଭଦ୍ରକରେ ୩୩.୫, ଛତ୍ରପୁରରେ ୩୩.୪, ଭୁବନେଶ୍ୱର, ଯାଜପୁର ଓ ଢେଙ୍କାନାଳ ୩୩ ଏବଂ କଟକରେ ୩୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ