ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ ପୂରିଲା ୬ ବର୍ଷ । ୨୦୧୯ ଅଗଷ୍ଟ ୫ ତାରିଖରେ କେନ୍ଦ୍ର ସରକାର ଜମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିବା ସହ ଉଭୟ ଜମ୍ମୁ କାଶ୍ମୀର ଓ ଲଦାଖକୁ ଦୁଇଟି କେନ୍ଦ୍ରଶାସତ ଅଞ୍ଚଳର ମାନ୍ୟତା ଦେଇଥିଲେ। ଧାରା ୩୭୦ ଓ ୩୫-A ଉଚ୍ଛେଦ ପରେ ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବା ପରେ ଏପରି ଚର୍ଚ୍ଚା ଜୋର ଧରିଛି। ୨୦୨୪ ନିର୍ବାଚନ ପରଠାରୁ ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଥିଲା।
ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ମଧ୍ୟ ପୂର୍ବରୁ ସଂକେତ ଦେଇଥିଲେ। ଆଜି ଏନେଇ ସଂସଦରେ ଆଗତ ହୋଇପାରେ ଗୁରୁତ୍ବପୂର୍ଣ୍ଣ ବିଲ୍। ଭାରତ ଇତିହାସରେ ୫ ଅଗଷ୍ଟରେ ପୂର୍ବରୁ ନିଆଯାଇଛି ବହୁ ବଡ଼ ନିଷ୍ପତ୍ତି । ୨୦୧୭ରେ ସର୍ଜିକାଲ ଷ୍ଟ୍ରାଇକ, ୨୦୧୯ରେ ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଘୋଷଣା, ୨୦୨୦ରେ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯାଇଥିଲା। ସେପଟେ ରାଜଧାନୀ ଦିଲ୍ଲୀରୁ ନେଇ ଜମ୍ମୁ-କଶ୍ମୀର ଯାଏଁ ରାଜନୈତିକ ହଲଚଲ ଦେଖିବାକୁ ମିଳିଛି। ଆଜି ଅଗଷ୍ଟ ୫ ହୋଇଥିବାରୁ ପ୍ରଧାନମନ୍ତ୍ରୀ କିଛି ବଡ଼ ଘୋଷଣା କରିବାର ସମ୍ଭାବନା ରହିଛି।

  • Related Posts

    ପୁଣି ବ୍ୟାପୁଛି କରୋନାର ନୂଆ ଭାରିଆଣ୍ଟ, ଜାଣନ୍ତୁ ଏହାର ଲକ୍ଷଣ ବିଷୟରେ

    ନୂଆଦିଲ୍ଲୀ : କରୋନା ଭାଇରସର ନୂଆ ଭାରିଆଣ୍ଟ ଖୁବ୍ ଜୋରର ବ୍ୟାପିବା ଆରମ୍ଭ କରିଛି। ଆମେରିକାରେ କୋଭିଡ୍-୧୯ର ନୂଆ ସବ୍ଭାରିଆଣ୍ଟ BA.3.2 ସାମ୍ନାକୁ ଆସିଛି, ଯାହାକୁ ସିକାଡା ( Cicada) ମଧ୍ୟ କୁହାଯାଉଛି। ରିପୋର୍ଟ ମୁତାବିକ , ସବ୍ ଭାରିଆଣ୍ଟ BA.3.2…

    Continue reading
    ଆଜିଠୁ ନୂଆ ଆୟକର ଆଇନ ଲାଗୁ

    ନୂଆଦିଲ୍ଲୀ: ନୂଆ ଆର୍ଥିକ ବର୍ଷ ସହ ଏପ୍ରିଲ ୧ରୁ ସାରା ଦେଶରେ କାର୍ଯ୍ୟକାରୀ ହେଉଛି ନୂଆ ଆୟକର ଆଇନ । ଏହା ୬ ଦଶନ୍ଧି ପୁରୁଣା ପ୍ରତ୍ୟକ୍ଷ ଟିକସ ଆଇନକୁ ବାଦ ଦେବ । ଅନୁପାଳନ ବ୍ୟବସ୍ଥା, ଶବ୍ଦ ଏବଂ ଟିକସ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ