ଆଜି ଠାରୁ ଗଜଲକ୍ଷ୍ମୀ ପୂଜା

ଢେଙ୍କାନାଳ,06।10: ଆଜି ଗଜଲକ୍ଷ୍ମୀ ପୂଜା। ଜଗତଜନନୀଙ୍କ ମା’ ଦୁର୍ଗାଙ୍କ ମେଲାଣି ପରେ ଧରାପୃଷ୍ଠକୁ ଧରାବତଣ କରିଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ। ଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ ଢେଙ୍କାନାଳରେ ଜୋରଦାର ପ୍ରସ୍ତୁତି ହୋଇଛି। ସୁଖ, ସମୃଦ୍ଧି, ସୌଭାଗ୍ୟ, ସୁଖ୍ୟାତି ଓ ଐଶ୍ବର୍ଯ୍ୟର ଭଣ୍ଡାର ନେଇ ବିରାଜିବ ମାଆ, ଲକ୍ଷ୍ମୀ। ଘଣ୍ଟ ଘଣ୍ଟା, ଶଙ୍ଖନାଦରେ କମ୍ପିବ ଗଗନ ପବନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତ ବର୍ଷ ବେଶ ଧୂମଧାମରେ ପାଳନ ହେଉଛି ଗଜଲକ୍ଷ୍ମୀ ପୂଜା। କେଉଁଠି ୧୦ ଦିନ ତ କେଉଁଠି ୭ ଦିନ ଧରି ପୂଜା ପାଇବେ ମା’ ଲକ୍ଷ୍ମୀ। ଲକ୍ଷ୍ମୀ ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଗାଁ ଠୁ ସହର। ରାଜଧାନୀ ଭୁବନେଶ୍ବରରେ ବି ଜୋରଦାର ପ୍ରସ୍ତୁତି ହୋଇଛି। ରାମାୟଣ ମତେ ସମୁଦ୍ର ମନ୍ଥନ ସମୟରେ ଅମୃତପାତ୍ର ଧରି ସେ ପୃଥିବୀ ପୃଷ୍ଠକୁ ଆସିଥିଲେ। ଏଥିପାଇଁ ତାଙ୍କୁ ସମୁଦ୍ର କନ୍ୟା ମଧ୍ୟ କୁହାଯାଏ। ଓଡିଆ ପରମ୍ପରାରାରେ ମା’ ଲକ୍ଷ୍ମୀଙ୍କୁ ପୂଜା କଲେ ଧନପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଛି। ମା’ଲକ୍ଷ୍ମୀଙ୍କୁ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଓ ପ୍ରେମର ଦେବୀ ମଧ୍ୟ କୁହାଯାଏ। ତେଣୁ କରି ଦୁର୍ଗାପୂଜା ପରେ ଓଡିଶାର ବିଭିନ୍ନ ସ୍ଥାନରେ ଗଜଲକ୍ଷ୍ମୀ ପୂଜା ବେଶ ଧୂମଧାମରେ ପାଳନ କରାଯାଏ। ବିଶେଷ କରି ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ପୂଜା ପ୍ରସିଦ୍ଧ। ଲକ୍ଷ୍ମୀପୂଜା ଆସିଲେ ଢେଙ୍କାନାଳ ସହରକୁ ଲୋକଙ୍କ ସୁଅ ଛୁଟେ। ଚିକିମିକି ଆଲୁଅରେ ସହର ଝଲସି ଉଠୁଥିବା ବେଳେ ପୂଜାମଣ୍ଡପ ଗୁଡିକରେ ଲୋକଙ୍କ ଭିଡ ଜମିଥାଏ। ଏପରିକି କିଏ କେତେ ସୁନ୍ଦର ତୋରଣ ନିର୍ମାଣ କରିଛି ସେ ନେଇ ମଧ୍ୟ ଲୋକଙ୍କ ମଧ୍ୟରେ ଆତସବାଜି ହେଉଛି।

  • Related Posts

    ଆପଣଙ୍କର ଏହିସବୁ ଅଭ୍ୟାସ ଡାକି ଆଣୁଛି ବିପଦ: ବେଳ ହୁଁ ସତର୍କ ରହି ଏଥିରୁ ନିବୃତ୍ତ ରୁହନ୍ତୁ

    ଆଜିକାଲି ଅଧିକାଂଶ ଲୋକ ମାନସିକ ଦୁଶ୍ଚିନ୍ତା ରହୁଥିବାର ଦେଖାଯାଉଛି। ଫଳରେ ହୃଦରୋଗ ଭଳି ମାରାତ୍ମକ ସମସ୍ୟା ସୃଷ୍ଟି ହେଉଛି। କାରଣ ଆମର ଦୈନନ୍ଦିନ ଜୀବନ ଶୈଳୀରେ ଆମେ ଯାହା କରୁଛନ୍ତି ତାହାର ପ୍ରଭାବ ସିଧାସଳଖ ଆପଣଙ୍କ ମସ୍ତିଷ୍କ ଉପରେ ପଡ଼ୁଛି। ଆମେ…

    Continue reading
    ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଏହି ପତ୍ର; ସ୍ୱାସ୍ଥ ପାଇଁ ମହୋଷଧି

    ଆମେ ଯାହା ଖାଇଥାଉ ତାହା ଆମ ଶରୀର ଉପରେ ସିଧାସଳଖ ପ୍ରଭାବ ପକାଇଥାଏ ଏବଂ ହଜମ, ଚର୍ମ ଏବଂ ଶରୀରର ଅଂଶ ପ୍ରଭାବିତ ହୋଇଥାଏ। ଏଭଳି ପରିସ୍ଥିତିରେ ସଠିକ୍ ଜୀବନଶୈଳୀ ବାଛିବା ଆବଶ୍ୟକ। ଭୃଷଙ୍ଗ ପତ୍ର ଏପରି ଜିନିଷ ଯାହାକି ଆପଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ