ଆଜି ଠାରୁ ଜନତା ମଇଦାନରେ ତୋଷାଳି ମେଳା

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ୧୯ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ବୁଧବାରଠାରୁ ଆରମ୍ଭ ହେବ । ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ଏହି ମେଳା ମାର୍ଚ୍ଚ ୩୧ତାରିଖ ପର୍ୟ୍ୟନ୍ତ ଚାଲିବ। ଅପରାହ୍ଣ ୩ଟାରୁ ରାତ୍ର ୧୦ଟା ପର୍ୟ୍ୟନ୍ତ ଷ୍ଟଲ ଖୋଲା ରହିବ। ପ୍ରତ୍ୟେକ ଦିନ ସନ୍ଧ୍ୟା ୬ ରୁ ରାତି ୯ଟା ୩୦ ଯାଏ ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ ହେବ । ଏନେଇ ରାଜ୍ୟ ଅତିଥି ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭ ଉଦ୍‌ଘାଟନ କରିବେ। ଭାରତୀୟ ପାରମ୍ପରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ ସହ ବୁଣାକାର ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ବିକ୍ରି ନିମନ୍ତେ ଏହା ଏକ ବଜାର ଯୋଗାଇଦେବ।

ସୂଚନା ଅନୁସାରେ, ଚଳିତବର୍ଷ ଏହି ମେଳାରେ ୬୫୦ରୁ ଅଧିକ ଷ୍ଟଲର ଆୟୋଜନ ହୋଇଛି । ଭାରତ ସରକାରଙ୍କ ହସ୍ତଶିଳ୍ପ ବିକାଶ ଆୟୁକ୍ତଙ୍କ ପକ୍ଷରୁ ୧୫୦ଟି ଷ୍ଟଲ, ହସ୍ତତନ୍ତ ବିକାଶ ଆୟୁକ୍ତଙ୍କ ପକ୍ଷରୁ ୫୦ ଟି ଷ୍ଟଲ, ରାଜ୍ୟ ସରକାରଙ୍କ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୨୫୦ ଷ୍ଟଲ, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୧୧୦ ଟି ଷ୍ଟଲ ବ୍ୟବସ୍ଥା ହୋଇଛି । ଓଡ଼ିଶାର ପାରମ୍ପରିକ ଖାଦ୍ୟ ପାଇଁ ୩୫ଟି ଷ୍ଟଲ ରହିବ । ୨୫୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ପ୍ରସ୍ତୁତ ହୋଇଛି ଥିମ ପାଭିଲିଅନ୍‌ “ଶିଳ୍ପ ସୃଜନୀ’, ଯାହା ଆକର୍ଷଣ କେନ୍ଦ୍ର ପାଲଟିବ । ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ “ଫ୍ୟାଶନ ଶୋ’ କରାଯିବ । ଚଳିତ ବର୍ଷ ମେଳାରେ ୩୦ ଲକ୍ଷ ଜନ ସମାବେଶ ସହିତ ୨୮ କୋଟି ଟଙ୍କାର ସାମଗ୍ରୀ ବିକ୍ରି ହେବ ବୋଲି ଆଶା କରାଯାଉଛି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ