
ଆଜି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମ ଶତବାର୍ଷିକୀ। ତାଳଚେର ଗୁରୁଜାଙ୍ଗରେ ଅନୁଷ୍ଠିତ ହେବ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଜନ୍ମ ଶତବାର୍ଷିକୀ ମହୋତ୍ସବ। ଏଥିରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ମନ୍ତ୍ରିମଣ୍ଡଳର ବହୁ ସଦସ୍ୟ, ବିଧାୟକ ଓ ସାଂସଦମାନେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।ଭିଭିଆଇପିଙ୍କ ଗସ୍ତ ଏବଂ ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ପୋଲିସ ଓ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗୁରୁଜାଙ୍ଗର ବିଭିନ୍ନ ସ୍ଥାନ ପରିଦର୍ଶନ କରି ସୁରକ୍ଷା ଓ ଟ୍ରାଫିକ୍ ବ୍ୟବସ୍ଥାର ତଦାରଖ କରିଛି ପ୍ରଶାସନ।
ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଗୁରୁଜାଙ୍ଗରେ ପହଞ୍ଚିବେ। ସେଠାରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଜନ୍ମଶତବାର୍ଷିକୀ ମହୋତ୍ସବର ଉଦଘାଟନ କରିବା ସହ ଆୟୋଜିତ ସଭାରେ ଯୋଗଦେବେ। ମହୋତ୍ସବରେ ବହୁ ସାଧୁସନ୍ଥଙ୍କ ସମାଗମ ସହ ୨୦ ହଜାରରୁ ଅଧିକ ଲୋକଙ୍କ ଉପସ୍ଥିତି ହେବା ନେଇ ଆଶା କରାଯାଉଛି। ମହୋତ୍ସବକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଛି।




