ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର:  ଆଜିଠୁ ରାଜ୍ୟରେ ବର୍ଷା ପ୍ରକୋପ କ୍ରମଶଃ କମିବ । ଗଭୀର ଅବପାତ ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଏବଂ ବିଦର୍ଭ ଉପରେ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ଭିତରେ ସାମାନ୍ୟ ଦୁର୍ବଳ ହୋଇ ଅବପାତ ରୂପ ନେବ ।

ପାଣିପାଗ ବିଭାଗ ପୂର୍ବାନୁମାନ ହେଲା, ଗୁରୁବାର ସକାଳ ଭିତରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କିନ୍ତୁ,  ଆଉ ବଡ଼ ବର୍ଷା ସମ୍ଭାବନା ନାହିଁ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଶୁକ୍ରବାରଠାରୁ ବର୍ଷା ପରିମାଣ ଆହୁରି କମିଯିବ ।  ତେବେ ବନ୍ୟା ଓ ଲଗାଣ ବର୍ଷା ସ୍ଥିତିକୁ ଦେଖି ଆଜି ବାଲେଶ୍ୱର, ଯାଜପୁର, ଭଦ୍ରକ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି ।

ତେବେ ଗୁରୁବାର ଛତିଶଗଡ଼ର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୩୧ରେ ସେଠାରେ ବର୍ଷା କମିବ । କିନ୍ତୁ, ଅଗଷ୍ଟ ୧ରୁ ୪ ପର୍ଯ୍ୟନ୍ତ ବର୍ଷା ବଢ଼ିପାରେ ଛତିଶଗଡ଼ରେ । ମହାନଦୀ ଫୁଲୁଛି । ଜଳସ୍ତ ଗତ ୨୪ ଘଣ୍ଟାରେ ବରଗଡ଼ ବିଜେପୁରରେ ସର୍ବାଧିକ ୩୧୫ ମିଲିମିଟର ବର୍ଷା ହୋଇଛି । ୯ଟି ବ୍ଲକରେ ୨୦୦ ମିମିରୁ ଅଧିକ ବର୍ଷା ହୋଇଛି । ୪୬ଟି ବ୍ଲକ, ୨ଟି ପାଣିପାଗ ଷ୍ଟେସନ ଏବଂ ଗୋଟିଏ ସହରାଞ୍ଚଳରେ ୧୦୦ ମିମିରୁ ୨୦୦ ମିମି ମଧ୍ୟରେ ବର୍ଷା ରେକର୍ଡ ହୋଇଛି । ଜୁଲାଇ ପହିଲାରୁ ୨୯ ତାରିଖ ସୁଦ୍ଧା ରାଜ୍ୟରେ ହାରାହାରି ୬୨୩.୭ ମିମି ବର୍ଷା ହୋଇଛି । ସ୍ୱାଭାବିକ ବର୍ଷା ପରିମାଣ ହେଉଛି ୩୧୬.୫ ମିମି । ଅର୍ଥାତ୍ ସ୍ୱାଭାବିକଠାରୁ ୯୭% ଅଧିକ ବର୍ଷା ହୋଇଛି ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ